ହୋମ୍‌ଗାର୍ଡଙ୍କୁ ମିଳିବ ପୁନଃ ନିଯୁକ୍ତି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଶନିବାର ଲୋକସେବା ଭବନରେ ଆୟୋଜିତ ଜିଲ୍ଲାପାଳ ସମ୍ମିଳନୀର ୨ୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ଉପସ୍ଥିତ ଥିବା ଜିଲାପାଳ ଏବଂ ଏସ୍‌ପିମାନଙ୍କ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଗତ ସରକାରରେ ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରି ଦିଆଯାଇଥିଲା। ଆମ ସରକାର ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି। ହୋମ୍‌ଗାର୍ଡମାନେ ସବୁଠୁ ଅଧିକ କାମ କରିଥାନ୍ତି। ମାତ୍ର ତାଙ୍କୁ କେହି ପଚାରନ୍ତିନି। ନୂଆ ନିଯୁକ୍ତି ମଧ୍ୟ ଦିଆଯିବ। ରାଜ୍ୟରେ ୨୯୯୮ ହୋମ୍‌ଗାର୍ଡଙ୍କୁ ପୁନଃ […]

Samaya Live Picture
Published On

ଭୁବନେଶ୍ୱର : ଶନିବାର ଲୋକସେବା ଭବନରେ ଆୟୋଜିତ ଜିଲ୍ଲାପାଳ ସମ୍ମିଳନୀର ୨ୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ଉପସ୍ଥିତ ଥିବା ଜିଲାପାଳ ଏବଂ ଏସ୍‌ପିମାନଙ୍କ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଗତ ସରକାରରେ ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରି ଦିଆଯାଇଥିଲା। ଆମ ସରକାର ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି। ହୋମ୍‌ଗାର୍ଡମାନେ ସବୁଠୁ ଅଧିକ କାମ କରିଥାନ୍ତି। ମାତ୍ର ତାଙ୍କୁ କେହି ପଚାରନ୍ତିନି। ନୂଆ ନିଯୁକ୍ତି ମଧ୍ୟ ଦିଆଯିବ। ରାଜ୍ୟରେ ୨୯୯୮ ହୋମ୍‌ଗାର୍ଡଙ୍କୁ ପୁନଃ ନିଯୁକ୍ତି ମିଳିବ। ଏଥିସହିତ କାର୍ଯ୍ୟରତ ହୋମଗାର୍ଡଙ୍କ ଦେହାନ୍ତ ହେଲେ କ୍ଷତିପୂରଣ ଦେବାକୁ ଯୋଜନା ଚାଲିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ମୃତ୍ୟୁ ପରେ ପରିବାରର ଜଣଙ୍କୁ ମଧ୍ୟ ଚାକିରି ମିଳିବ। ଆଉ ୧୦ଟି ଓଡ୍ରାଫ୍‌ ୟୁନିଟ୍‌ ବଢ଼ାଯିବ ବୋଲି ସେ କହିଛନ୍ତି।

ସମ୍ମିଳନୀରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଖାଲି ପଡ଼ିଥିବା ପୁଲିସ ପଦବୀ ଖୁବଶୀଘ୍ର ପୂରଣ ହେବ। ପୋଲିସଙ୍କ କାର୍ଯ୍ୟକୁ ସରଳ ଓ ସହଜ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଧିକ ବାଇକ ପ୍ରଦାନ କରାଯିବ । ପ୍ରତି ଥାନା ପିଛା ଗୋଟିଏ କି ଦୁଇଟି ବାଇକ୍‌‌ ଥିବାରୁ କାମ ଶୀଘ୍ର ହୋଇପାରୁନି। ପ୍ରତି ପୁଲିସଙ୍କୁ ବାଇକ୍‌‌ ଦିଆଗଲେ ସେମାନେ ଘଟଣାସ୍ଥଳରେ ତୁରନ୍ତ ପହଞ୍ଚିବେ। ପୁଲିସଙ୍କ ନାମରେ ବାଇକ୍‌‌ ଦିଆଯିବ, ଯେଉଁ ଥାନାକୁ ଗଲେ ବି ସେମାନେ ସାଙ୍ଗରେ ନେଇ ଯାଇପାରିବେ। ଏଥିପାଇଁ ପାଖାପାଖି ୯ହଜାର ବାଇକ କିଣାଯିବ ବୋଲି କୁହାଯାଇଛି। ଏହାସହିତ ପ୍ରତି ଥାନାକୁ ଆଉ ଗୋଟିଏ ଲେଖାଏଁ ଚାରିଚକିଆ ଯାନ ଦିଆଯିବ ବୋଲି ଲୋକସେବା ଭବନରେ ଆୟୋଜିତ ଜିଲ୍ଲାପାଳ ଓ ଏସପି ସମ୍ମିଳନୀରେ କହିଛନ୍ତି ମୁଖ୍ୟମନ୍ତ୍ରୀ।

Tags: