ଜଣେ ହେଲେ ଭୂମିହୀନ ରହିବେନି: ହିତାଧିକାରୀଙ୍କୁ ପଟ୍ଟା ଏବଂ ଜମି ଯୋଗାଇବେ ବିଡ଼ିଓ

ଭୁବନେଶ୍ୱର:ରାଜ୍ୟରେ ଜଣେ ହେଲେ ଭୂମିହୀନ ରହିବେ ନାହିଁ।ହିତାଧିକାରୀଙ୍କୁ ପଟ୍ଟା ଏବଂ ଜମି ସହିତ ପକ୍କାଘର ଯୋଗାଇବେ ବିଡ଼ିଓ।ପ୍ରତି ଶନିବାର ଭୂମିହୀନଙ୍କୁ ଜମି ଦେବା ପାଇଁ ତହସିଲଦାର ଏବଂ ବିଡ଼ିଓଙ୍କ ବୈଠକ ବସିବ ବୋଲି ରାଜସ୍ୱ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଏଣିକି ପ୍ରତି ଶନିବାର ଭୂମିହୀନଙ୍କୁ ଜମି ଦେବା ପାଇଁ ବୈଠକ କରିବେ ତହସିଲଦାର ଏବଂ ବିଡ଼ିଓ। ହିତାଧିକାରୀଙ୍କୁ ପଟ୍ଟା ଏବଂ ଜମି ସହିତ ପକ୍କାଘର ଯୋଗାଇବେ ବିଡ଼ିଓ। ଏ […]

Samaya Live Picture
Published On

ଭୁବନେଶ୍ୱର:ରାଜ୍ୟରେ ଜଣେ ହେଲେ ଭୂମିହୀନ ରହିବେ ନାହିଁ।ହିତାଧିକାରୀଙ୍କୁ ପଟ୍ଟା ଏବଂ ଜମି ସହିତ ପକ୍କାଘର ଯୋଗାଇବେ ବିଡ଼ିଓ।ପ୍ରତି ଶନିବାର ଭୂମିହୀନଙ୍କୁ ଜମି ଦେବା ପାଇଁ ତହସିଲଦାର ଏବଂ ବିଡ଼ିଓଙ୍କ ବୈଠକ ବସିବ ବୋଲି ରାଜସ୍ୱ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଏଣିକି ପ୍ରତି ଶନିବାର ଭୂମିହୀନଙ୍କୁ ଜମି ଦେବା ପାଇଁ ବୈଠକ କରିବେ ତହସିଲଦାର ଏବଂ ବିଡ଼ିଓ।

ହିତାଧିକାରୀଙ୍କୁ ପଟ୍ଟା ଏବଂ ଜମି ସହିତ ପକ୍କାଘର ଯୋଗାଇବେ ବିଡ଼ିଓ। ଏ ସରକାର ସମୟରେ ଜଣେ ହେଲେ ବି ଭୂମିହୀନ ରହିବେ ନାହିଁ। 70% ଶିକ୍ଷାନୁଷ୍ଠାନର ନିଜସ୍ୱ ଜମି ନାହିଁ। ଡିସେମ୍ବର 30 ସୁଦ୍ଧା ସବୁ ସ୍କୁଲକୁ ଜମି ଦିଆଯିବ। ସବୁ ତହସିଲ ଅଫିସକୁ ଦୁର୍ନୀତି ମୁକ୍ତ କରିବା ପାଇଁ ରେଜିଷ୍ଟ୍ରାସନ ଅଫିସକୁ ସ୍ମାର୍ଟ ସର୍ଭିଲାନ୍ସ ବ୍ୟବସ୍ଥା କରାଯାଇଛି। ଆଗାମୀ ଦିନରେ ଏଭଳି ସ୍ମାର୍ଟ ସର୍ଭିଲାନ୍ସ ସିଷ୍ଟମ ଆରଆଇ ଅଫିସରେ ଲାଗିବ ବୋଲି ମନ୍ତ୍ରୀ କହିଛନ୍ତି।

Tags: