ଶୋକ ପ୍ରସ୍ତାବ ଆଗତ ପରେ ଗୃହ ମୁଲତବୀ

ଶୋକ ପ୍ରସ୍ତାବ ଆଗତ ପରେ ଗୃହ ମୁଲତବୀ
Samaya Live News Picture
Published On

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ । ଗୃହ ଆରମ୍ଭ ରୁ ପ୍ରଥମେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ପୂର୍ବତନ ସଦସ୍ୟ ହେମେନ୍ଦ୍ର ମହାପାତ୍ର , କୃଷ୍ଣଚନ୍ଦ୍ର ମଲ୍ଲିକ ଏବଂ ପୂର୍ବତନ କନଷ୍ଟେବଳ ସରୋଜ ପ୍ରଧାନଙ୍କ ପାଇଁ ମଧ୍ୟ ଶୋକ ପ୍ରସ୍ତାବ ଆଗତ ହୋଇଛି।

ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ୍, ସିପିଆଇଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡା । ୧ ମିନିଟ୍ ନିରବ ପ୍ରାର୍ଥନା ପରେ ୪ଟା ୩୦ ଯାଏଁ ମୁଲତବୀ ଘୋଷଣା କରାଯାଇଛି। ଆଜି ଗୃହରେ ଅଭିଭାଷଣ ରଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନ ୪.୩୦ ୫.୩୦ ପର୍ଯ୍ୟନ୍ତ ଗୃହରେ ଅଭିଭାଷଣ ରଖିବେ ରାଷ୍ଟ୍ରପତି। ବିଧାନସଭାରେ ରାଷ୍ଟ୍ରପତିଙ୍କ ପୁରୁଣା ସ୍ମୃତିକୁ ମନେ ପକାଇବାକୁ ବ୍ୟବସ୍ଥା ହୋଇଛି । ରାଷ୍ଟ୍ରପରି ବିଧାନସଭାର ସଦସ୍ୟ ରହିଥିବାବେଳେ  ପରିବହନ ବିଭାଗର ମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିଲେ । ତାଙ୍କ ପ୍ରକୋଷ୍ଠକୁ ସୁନ୍ଦର ଭାବରେ ସଜା ଯିବା ସହ ତାଙ୍କ ପାଇଁ ସ୍ବତନ୍ତ୍ର ଚେୟାର ରଖାଯାଇଛି ।

Tags: