୧୧.୪୧ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେଲା ବିଧାନସଭା ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନ I ତେବେ ଗୃହରେ ପ୍ରଥମେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯଶିପୁରର ପୂର୍ବତନ ବିଧାୟକ ସୁନ୍ଦର ମୋହନ ମାଝୀଙ୍କ ପାଇଁ ଶୋକ ପ୍ରସ୍ତାବ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତାଙ୍କ ପକ୍ଷରୁ ସମର୍ଥନ କଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବାଚସ୍ପତି ଶୋକ ପ୍ରସ୍ତାବ ପାରିତ କରିଥିବାବେଳେ […]

Samaya Live Picture
Published On

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେଲା ବିଧାନସଭା ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନ I ତେବେ ଗୃହରେ ପ୍ରଥମେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯଶିପୁରର ପୂର୍ବତନ ବିଧାୟକ ସୁନ୍ଦର ମୋହନ ମାଝୀଙ୍କ ପାଇଁ ଶୋକ ପ୍ରସ୍ତାବ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତାଙ୍କ ପକ୍ଷରୁ ସମର୍ଥନ କଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବାଚସ୍ପତି ଶୋକ ପ୍ରସ୍ତାବ ପାରିତ କରିଥିବାବେଳେ ୧ ମିନିଟର ନିରବ ପ୍ରାର୍ଥନା କରାଯାଇଥିଲା ।

ଏହାପରେ ଗୃହ ଆରମ୍ଭରୁ କଲେଜ ନିର୍ବାଚନକୁ ନେଇ ହଟ୍ଟଗୋଳ ଦେଖାଦେଇଛି । ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଘଟଣା ଉଠାଇଲା ବିଜେଡି । ଏହାସହିତ କଂଗ୍ରେସ ବିଧାୟକମାନେ ଗୃହ ମଧ୍ୟଭାଗକୁ ଆସି ଜୋରଦାର ହୋ ହଲ୍ଲା କାରିବାରୁ ୧୧ଟା ୪୧ ଯାଏଁ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି ।

Tags: