ଦିନ ୧୨ ଟା ଯାଏଁ ଗୃହ ମୁଲତବୀ
ଭୁବନେଶ୍ୱର : ବିଧାନସଭା ବଜେଟ୍ ୨ୟ ଅଧିବେଶନ । ବୁଧୁବାର ଦିନ ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ । ଫଳରେ ଦିନ ୧୨ ଟା ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି ସୁରମା ପାଢୀ । ବୁଧବାର ଦିନ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ କଂଗ୍ରେସ ନାରୀ ନିର୍ଯାତନା ପ୍ରସଙ୍ଗରେ ଗୃହ ମଧ୍ୟଭାଗକୁ ଆସି ନାରାବାଜି ସହ ହୋହାଲ୍ଲା କରିଥିଲେ । ଏପରିକି ପ୍ଲାକାର୍ଡ ଧରି ଗୃହ ମଧ୍ୟ ଭାଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ […]
ଭୁବନେଶ୍ୱର : ବିଧାନସଭା ବଜେଟ୍ ୨ୟ ଅଧିବେଶନ । ବୁଧୁବାର ଦିନ ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ । ଫଳରେ ଦିନ ୧୨ ଟା ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି ସୁରମା ପାଢୀ ।
ବୁଧବାର ଦିନ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ କଂଗ୍ରେସ ନାରୀ ନିର୍ଯାତନା ପ୍ରସଙ୍ଗରେ ଗୃହ ମଧ୍ୟଭାଗକୁ ଆସି ନାରାବାଜି ସହ ହୋହାଲ୍ଲା କରିଥିଲେ । ଏପରିକି ପ୍ଲାକାର୍ଡ ଧରି ଗୃହ ମଧ୍ୟ ଭାଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଏହି ସମୟରେ ବାଚସ୍ପତି ବାରମ୍ବାର ବିରୋଧୀ ପ୍ରଦର୍ଶନ କରୁଥିବା ସଦସ୍ୟଙ୍କୁ ନିଜ ନିଜ ସିଟ୍ ବସିବାକୁ ଅନୁରୋଧ କରିଥିଲେ । ହେଲେ ବିରୋଧୀ ଦଳ ସଦସ୍ୟମାନେ ବାଚସ୍ପତିଙ୍କ କଥାକୁ ଶୁଣିନଥିଲେ । ଶେଷରେ ବାଧ୍ୟ ହୋଇ ବାଚସ୍ପତି ସୁରମା ପାଢୀ ବିଧାନସଭାକୁ ମଧ୍ୟାହ୍ନ ୧୨ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।
ସେପଟେ ଗୃହ ମୁଲତବୀ ପରେ କଂଗ୍ରେସ ପକ୍ଷରୁ ବିଧାନସଭା ପରିସର ମଧ୍ୟରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଛନ୍ତି




