୧୧ଟା ୩୦ ଯାଏଁ ଗୃହ ମୁଲତବୀ
ଭୁବନେଶ୍ୱର : ବିଧାନସଭା ୨ୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ । ଗୃହରେ ଏସସିବି ତାତି । ଧୋଇଗଲା ପ୍ରଶ୍ନକାଳ । ଆଜି ବି ଗୃହ ଅଚଳ କଲେ ବିରୋଧୀ । ଏସସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ବିରୋଧୀ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଛନ୍ତି । ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ମଧ୍ୟ ଦାବି କରି ହୋହଲ୍ଲା କରିଥିବା ଦେଖିବାକୁ ମିଳିଛି । ମାତ୍ର ୭ ମିନିଟ ଚାଲିପାରିଥିଲା ଗୃହ । ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବିଧାନସଭାକୁ ସାଢେ ୧୧ ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢୀ ।
Tags:



