ବକେୟା ଚାଲାଣ ପୈଠ ନକଲେ ହୋଇପାରିବନି PUCC

୯୦ ଦିନର ପୁରୁଣା ପଲ୍ୟୁସନ ଫାଇନ୍ ଦେବା ବାଧ୍ୟତା ମୂଳକ

ବକେୟା ଚାଲାଣ ପୈଠ ନକଲେ ହୋଇପାରିବନି PUCC

ଭୁବନେଶ୍ୱର : PUCC ପ୍ରସଙ୍ଗରେ ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ବକେୟା ଚାଲାଣ ପୈଠ ନ କଲେ ହୋଇପାରିବନି PUCC । ଏନେଇ ସୂଚନା ଦେଲେ AG ପୀତାମ୍ବର ଆଚାର୍ଯ୍ୟ । ମୋଟର ଯାନ ଆଇନ ଧାରା ୧୬୭, ଉପଧାରା ୧୨ ଅନୁଯାୟୀ ବକେୟା ଚାଲାଣ ଥିଲେ PUCC ପାଇଁ ଆବେଦନ କରିହେବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି । ତେବେ ଏପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ମନ୍ତ୍ରୀ ମଙ୍ଗଳବାର ଏକ ‘ଏକ୍ସ’ ପୋଷ୍ଟରେ ସୂଚନା ଦେଇ କହିଛନ୍ତି, PUCC ପୂର୍ବରୁ ୯୦ ଦିନରୁ ପୁରୁଣା ଚାଲାଣ ପୈଠ ବାଧ୍ୟତାମୂଳକ। ସରକାରଙ୍କ ନିଷ୍ପତ୍ତି ସଂପୂର୍ଣ୍ଣ ଆଇନସମ୍ମତ ଥିଲା।

ସମ୍ବନ୍ଧିତ ଖବର ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ


ଅବଶ୍ୟ ଗତ ୨୭ ଜାନୁଆରୀରେ ହାଇକୋର୍ଟ ଯେଉଁ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ, ସେହି ମୁତାବକ PUCC ନଥିଲେ ପେଟ୍ରୋଲ ମିଳିବା ନେଇ ଜାରି ହୋଇଥିବା କଟକଣା କାର୍ଯ୍ୟକାରୀ ହୋଇନଥିଲା । କିନ୍ତୁ ନିକଟରେ ପରିବହନ ବିଭାଗ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଛି । ଯେଉଁଥିରେ ସଂଶୋଧିତ ମୋଟର ଭେହିକଲ ରୁଲ୍ ବାବଦରେ କୋର୍ଟଙ୍କୁ ଅବଗତ କରାଯାଇଛି । ଯାହା ସମ୍ପର୍କରେ ମଙ୍ଗଳବାର ଆଡଭୋକେଟ୍ ଜେନେରାଲ କୋର୍ଟରେ ଯୁକ୍ତି ଉପସ୍ଥାପନ କରିଥିଲେ । ହାଇକୋର୍ଟ ଏହାକୁ ଗ୍ରହଣ କରିବା ସହିତ ଦାୟର ଜନସ୍ୱାର୍ଥ ମାମଲା ଉପରେ ଆଜି ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ।

ସମ୍ବନ୍ଧିତ ଖବର ଏସଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲା,ଆଉଜଣେ ଗିରଫ

ଗତ ଡିସେମ୍ବର ୨୦ ତାରିଖରେ ଜାରି ହୋଇଥିବା ନିର୍ଦ୍ଦେଶନାମାରେ ଉଲ୍ଲେଖ ଥିଲା ଯେ, ଗାଡ଼ି ମାଲିକଙ୍କ PUCC ନଥିଲେ ତାଙ୍କୁ ପେଟ୍ରୋଲ କି ଡିଜେଲ ମିଳିବ ନାହିଁ। ଏନେଇ ବିଭିନ୍ନ ତୈଳ ବିକ୍ରୟକାରୀ କମ୍ପାନୀକୁ ଲେଖାଯାଇଥିବା ଚିଠିକୁ ବିରୋଧ କରି ହାଇକୋର୍ଟରେ ଦାୟର ହୋଇଥିଲା ଜନସ୍ୱାର୍ଥ ମାମଲା । ମୋଟର ଯାନ ଆଇନ ୧୯୮୮ ଓ କେନ୍ଦ୍ରୀୟ ମୋଟର ଯାନ ନିୟମାବଳୀ ୧୯୮୯ ଉଲଂଘନ କରି ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି ବୋଲି ଜନସ୍ୱାର୍ଥ ମମାଲାରେ ଉଲ୍ଲେଖ କରାଯାଇଥିଲା । ଗାଡିର PUCC ପ୍ରମାଣପତ୍ର ନଥିବା ଯାନ ମାଲିକଙ୍କୁ ପେଟ୍ରୋଲ କିମ୍ବା ଡିଜେଲ ବିକ୍ରୟ ନକରିବା ଗାଡି ମାଲିକଙ୍କର ମୌଳିକ ଅଧିକାରକୁ ଉଲ୍ଲଂଘନ କରୁଥିବା କୋର୍ଟକୁ ଦର୍ଶାଇଥିଲେ ଆବଦେନକାରୀଙ୍କ ଓକିଲ । ଏଥିସହିତ ଗାଡିର ପ୍ରଦୂଷଣ ପରୀକ୍ଷା ପୂର୍ବରୁ କୌଣସି ଚାଲାଣ ନଥିବା ନେଇ ଯେଉଁ ସର୍ତ୍ତ ଧାର୍ଯ୍ୟ କରାଯାଇଥିଲା ତାହା ବେଆଇନ ବୋଲି ଆବେଦନକାରୀ ଦର୍ଶାଇଥିଲେ ।

ସମ୍ବନ୍ଧିତ ଖବର ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ

Tags: