ବେଆଇନ ଚାନ୍ଦା ମାଗିଲେ ବନ୍ଧାହେବେ ,ଡିଜିପିଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ
ଭୁବନେଶ୍ବର: ବେଆଇନ ଚାନ୍ଦା ମାଗିଲେ ବନ୍ଧା ହେବେ । ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ଆଗକୁ ପାର୍ବଣ ଋତୁ ଆସୁଥିବାରୁ ଶନିବାର ଅପରାହ୍ନରେ ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ଶ୍ରୀ ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। କିଛି ଉତ୍ସୃଙ୍ଖଳିତ ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଏବଂ ଚାନ୍ଦା ନଦେଲେ ବିଭିନ୍ନ ସମୟରେ ଗଣ୍ଡଗୋଳ କରିବା ଭଳି ଘଟଣା ନଜରକୁ ଆସିଥାଏ। […]
ଭୁବନେଶ୍ବର: ବେଆଇନ ଚାନ୍ଦା ମାଗିଲେ ବନ୍ଧା ହେବେ । ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ଆଗକୁ ପାର୍ବଣ ଋତୁ ଆସୁଥିବାରୁ ଶନିବାର ଅପରାହ୍ନରେ ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ଶ୍ରୀ ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। କିଛି ଉତ୍ସୃଙ୍ଖଳିତ ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଏବଂ ଚାନ୍ଦା ନଦେଲେ ବିଭିନ୍ନ ସମୟରେ ଗଣ୍ଡଗୋଳ କରିବା ଭଳି ଘଟଣା ନଜରକୁ ଆସିଥାଏ। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ସମସ୍ତ ଜିଲ୍ଲା ଏସପିଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି ।
ଏହସହ ତୃଣମୂଳ ସ୍ତରରେ ଏହାକୁ କାର୍ଯ୍ୟକାରୀ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ପାର୍ବଣ ଋତୁ ସମୟରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ଅଗ୍ରାଧିକାର ଦେଇ ସେ ଦିଗରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।




