ରଥଯାତ୍ରା ପାଇଁ ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ ,ଉତ୍ତରାରୁ ପୁରୀ ପର୍ଯ୍ୟନ୍ତ ଲାଗିବ ସିସିଟିଭି

ଭୁବନେଶ୍ୱର : ଆଗକୁ ଆସୁଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଆସନ୍ତା ଜୁନ ୨୭ ତାରିଖରେ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ତେବେ ରଥଯାତ୍ରାକୁ ଶୃଙ୍ଖଳିତ ତଥା ବ୍ୟବସ୍ଥିତ ଭାବେ ଆୟୋଜନ କରିବା ପାଇଁ ରାଜ୍ୟ ପୋଲିସ ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସରେ ପୋଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏହାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ରଥଯାତ୍ରାରେ ସମ୍ଭାବ୍ୟ ଭିଡ଼କୁ ନିୟନ୍ତ୍ରଣ କରିବା […]

ରଥଯାତ୍ରା ପାଇଁ ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ ,ଉତ୍ତରାରୁ ପୁରୀ ପର୍ଯ୍ୟନ୍ତ ଲାଗିବ ସିସିଟିଭି
Samaya Live Picture
Published On

ଭୁବନେଶ୍ୱର : ଆଗକୁ ଆସୁଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଆସନ୍ତା ଜୁନ ୨୭ ତାରିଖରେ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ତେବେ ରଥଯାତ୍ରାକୁ ଶୃଙ୍ଖଳିତ ତଥା ବ୍ୟବସ୍ଥିତ ଭାବେ ଆୟୋଜନ କରିବା ପାଇଁ ରାଜ୍ୟ ପୋଲିସ ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସରେ ପୋଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏହାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ରଥଯାତ୍ରାରେ ସମ୍ଭାବ୍ୟ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭୁବନେଶ୍ୱର ଉତ୍ତରା ଛକଠାରୁ ପୁରୀ ଯାଏ ସିସିଟିଭି ଲଗାଇବା, ଟ୍ରାଫିକ ସମସ୍ୟାର ସୁପରିଚାଳନା, ଦଳାଚକଟା ଭଳି ପରିସ୍ଥିତିକୁ ଏଡାଇବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, ଗାଡି ପାର୍କିଂ, ଅତି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ବତନ୍ତ୍ର ହେଲିପ୍ୟାଡ୍, ପୋଲିସ ଫୋର୍ସଙ୍କ ରହଣୀ ପାଇଁ ସ୍ବତନ୍ତ୍ର ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ଼ ବ୍ୟବସ୍ଥା, ଜିଲା ପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ବତନ୍ତ୍ର ସୁବିଧା ଆଦି ସମ୍ପର୍କରେ ଡିଜିପି ଆଲୋଚନା କରାଯାଇଥିଲା । ଏହି ବୈଠକରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର, ଏସସିଆରବି ନିର୍ଦ୍ଦେଶକ ସନ୍ତୋଷ ବାଲା, ଆଧୁନିକୀକରଣ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ, ଏବଂ ପୁରୀ ଏସପି ଭିନିତ ଅଗ୍ରୱାଲଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

Tags: