ରାଜ୍ୟ କ୍ୟାବିନେଟର ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତି,୧୩ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟରେ ୧୩ ପ୍ରସ୍ତାବକୁ ମଞ୍ଜୁରୀ । ୧୧ ଟି ବିଭାଗର ୧୩ଟି ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିଲା ମୋହର । ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲ୍ଲା ଖୋଲିବ। ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ ପାଇଁ ସୃଷ୍ଟି ହେବ ୪ ହଜାର ୧୯୫ ପୋଷ୍ଟ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଲୋକସେବା ଭବନରେ କ୍ୟାବିନେଟ୍ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍ ବୈଠକ ପରେ ସୂଚନା ଦେଇଛନ୍ତି ମୁଖ୍ୟ […]

ରାଜ୍ୟ କ୍ୟାବିନେଟର ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତି,୧୩ଟି ପ୍ରସ୍ତାବ ଉପରେ ବାଜିଲା ମୋହର
Samaya Live Picture
Published On

ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟରେ ୧୩ ପ୍ରସ୍ତାବକୁ ମଞ୍ଜୁରୀ । ୧୧ ଟି ବିଭାଗର ୧୩ଟି ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିଲା ମୋହର । ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲ୍ଲା ଖୋଲିବ। ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ ପାଇଁ ସୃଷ୍ଟି ହେବ ୪ ହଜାର ୧୯୫ ପୋଷ୍ଟ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଲୋକସେବା ଭବନରେ କ୍ୟାବିନେଟ୍ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍ ବୈଠକ ପରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ମୟୂରଭଞ୍ଜର ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲ୍ଲା ଖୋଲିବ। ବୈଠକରେ ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମକୁ ଅନୁମୋଦନ ମିଳିଛି। ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ ପାଇଁ ୪ ହଜାର ୧୯୫ ପଦ ସୃଷ୍ଟି ହେବ। ଏହା ସହିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ମାସିକ ହଷ୍ଟେଲ ଫି ୨ ହଜାର ଟଙ୍କା ଛାଡ଼ କରିବାକୁ କ୍ୟାବିନେଟ୍ରେ ନିଷ୍ପତ୍ତି ହୋଇଛି।

ସମୃଦ୍ଧ ସହର ଯୋଜନାକୁ ରାଜ୍ୟ କ୍ୟାବିନେଟ୍ରେ ଅନୁମୋଦନ ମିଳିଛି। ସମୃଦ୍ଧ ସହର ଯୋଜନା ପାଇଁ ୪ ହଜାର ୮୭୯.୩୦ କୋଟି ବ୍ୟୟ ଅଟକଳ କରାଯାଇଛି। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନରେ ସମୃଦ୍ଧ ସହର ଯୋଜନା ସହାୟକ ହେବ। ରାଜ୍ୟ କ୍ୟାବିନେଟ ବୈଠକରେ ଓଡ଼ିଶା ଆୟୁଷ ସହାୟକ ସେବା (ନିଯୁକ୍ତି ପ୍ରଣାଳୀ ଏବଂ ସେବା ସର୍ତ୍ତାବଳୀ) ସଂଶୋଧନ ନିୟମ, ୨୦୨କୁ ଅନୁମୋଦନ ମିଳିଛି। ଆୟୁଷ ସହାୟକ କ୍ୟାଡରର ପୁନର୍ଗଠନ ଦ୍ବାରା ୩୫୦ ଗୋଟି ବରିଷ୍ଠ ଆୟୁଷ ସହାୟକ ପଦବୀ ସୃଷ୍ଟି ହେବ।

Tags: