ଏଏସଆଇ ଏବଂ ଶ୍ରୀମନ୍ଦିର ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ

 ଏଏସଆଇ ଏବଂ ଶ୍ରୀମନ୍ଦିର ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ
Samaya Live News Picture
Published On

ପୁରୀ : ଶ୍ରୀମନ୍ଦିରରେ ଏଏସଆଇ ଟିମ୍ ର ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଶ୍ରୀ ଅରବିନ୍ଦ ପାଢ଼ୀଙ୍କ ସହ ଏଏସଆଇ ଟିମ୍ ର ବୈଠକ ଅନୁଷ୍ଠିତ ହୋଇଯାଇଛି । ରତ୍ନସିଂହାସନ ଛାଡ଼ି ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରାରେ ଯାଇଛନ୍ତି ମହାପ୍ରଭୁ । ଏଣୁ ଏହି ସମୟରେ ଶ୍ରୀମନ୍ଦିର ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ ।

ବୈଠକ ପରେ  ଏଏସଆଇ ଏବଂ ଶ୍ରୀମନ୍ଦିର ପ୍ରଶାସନର ବୈଷୟିକ ଟିମ୍ ଶ୍ରୀମନ୍ଦିର ଭିତରକୁ ଯାଇ ଅନୁଧ୍ୟାନ କରିଛନ୍ତି। ସେଣ୍ଟ୍ରାଲ ବିଲ୍ଡିଙ୍ଗ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ, ମାଡ୍ରାସ ଆଇଆଇଟି ପକ୍ଷରୁ ଶ୍ରୀମନ୍ଦିର ଗର୍ଭଗୃହ, ନାଟମଣ୍ଡପ ସହ ଭୋଗ ମଣ୍ଡପ ର ମରାମତି ଓ ସଂରକ୍ଷଣ କାର୍ଯ୍ୟ କରାଯାଉଛି । ସେହିପରି ନାଟମଣ୍ଡପକୁ ଶୀତତାପ ନିୟନ୍ତ୍ରିତ କରାଯିବ । ଏଥିପାଇଁ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଯାଇଛି ।

ସେହିପରି ୧୯ ତାରିଖ ରବିବାର ଦିନଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ କରାଯିବ । ମହାପ୍ରଭୁଙ୍କ ରାହୁ ରେଖା, ଝୋବା, ସୁନା ଚିତା, ରୂପା ରସିକ ସୁରା ଥଣ୍ଟିଆର ଗଣତି ମଣତି କାର୍ଯ୍ୟ ସହିତ ଥ୍ରୀଡି ସ୍କାନିଂ କରାଯିବ ।

 

 

Tags: