୨୪ ଘଣ୍ଟାରେ ବାତ୍ୟା ସମ୍ଭାବନା,ଗଭୀର ଅବପାତରେ ପରିଣତ ହେଲା ଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଭୁବନେଶ୍ୱର : ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି। ଏବେ ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢୁଛି । ଏହା ପ୍ରଭାବରେ ଆସନ୍ତାକାଲିଠାରୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ମଧ୍ୟରାତ୍ରି କିମ୍ବା ଆସନ୍ତାକାଲି ସକାଳ ସୁଦ୍ଧା ଦାନା ବାନ୍ଧିବ ସାଇକ୍ଲୋନ୍ । ବାତ୍ୟାର […]

Samaya Live Picture
Published On

ଭୁବନେଶ୍ୱର : ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି। ଏବେ ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢୁଛି । ଏହା ପ୍ରଭାବରେ ଆସନ୍ତାକାଲିଠାରୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ମଧ୍ୟରାତ୍ରି କିମ୍ବା ଆସନ୍ତାକାଲି ସକାଳ ସୁଦ୍ଧା ଦାନା ବାନ୍ଧିବ ସାଇକ୍ଲୋନ୍ । ବାତ୍ୟାର ନାଁ ରହିବ ‘ମିଗଜମ’।

ଏହି ସମ୍ଭାବ୍ୟ ବାତ୍ୟା ଏହାପରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୪ ତାରିଖ ବେଳକୁ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବ ୫ ତାରିଖ ବେଳକୁ ଏହା ଲାଣ୍ଡଫଲ୍ କରିବ । ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନେଲୋର ଓ ମଛଲିପଟ୍ଟନମ୍ ମଧ୍ୟରେ ମଧ୍ୟାହ୍ମରେ ସ୍ଥଳଭାଗ ଅତିକ୍ରମ କରିବ । ଲାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାପ୍ରତି ୮୦ରୁ ୯୦ କିଲୋମିଟର ରହିପାରେ । ପବନର ବେଗ ବଢ଼ି ୧୦୦ କିଲୋମିଟର ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶ ଓ ଉତ୍ତର ନର୍ଥ ତାମିଲନାଡୁ ଓ ପୁଡୁଚେରୀ ଉପକୂଳକୁ ପ୍ରି-ସାଇକ୍ଲୋନ୍ ସତର୍କତା ଜାରି ହୋଇଛି । ବଦଳୁଛି ବାତ୍ୟାର ଗତିପଥ । ପୂର୍ବରୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ଉତ୍ତର ତାମିଲନାଡୁ ଉପକୂଳ ମୁହାଁ ହେବ ବୋଲି କହିଥିଲା ପାଣିପାଗ ବିଭାଗ । ଏବେ ଗତିପଥ ବଦଳୁଛି । ଏବେ ବାତ୍ୟା ରାଡାରକୁ ଆସିଛି ପୂରା ଆନ୍ଧ୍ରପ୍ରଦେଶ ଉପକୂଳ। ଅଶାନ୍ତ ରହିଛି ସମୁଦ୍ର । ଏହାକୁ ଦୃଷ୍ଟିରେ ରଖି ଆଜିଠାରୁ ୫ ତାରିଖ ଯାଏ ସମୁଦ୍ର ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ୪ ତାରିଖରୁ ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଉପକୂଳ ସମୁଦ୍ର ମନା ।

Tags: