ପ୍ରଥମ ପର୍ଯ୍ୟାୟରେ ନବରଙ୍ଗପୁରରେ ଗଡ଼ିଲା ୪୪ ଟି ଲକ୍ଷ୍ମୀ ବସ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍ I ଭର୍ଚୁଆଲ ମାଧ୍ୟମରେ ଏହି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I ନବରଙ୍ଗପୁରରେ ୪୪ଟି ବସ୍ ୧୦ଟି ବ୍ଲକର ସବୁ ପଞ୍ଚାୟତକୁ ଯୋଡିବ। ଲକ୍ଷ୍ମୀ ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନାର ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ […]

Samaya Live Picture
Published On

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍ I ଭର୍ଚୁଆଲ ମାଧ୍ୟମରେ ଏହି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I ନବରଙ୍ଗପୁରରେ ୪୪ଟି ବସ୍ ୧୦ଟି ବ୍ଲକର ସବୁ ପଞ୍ଚାୟତକୁ ଯୋଡିବ। ଲକ୍ଷ୍ମୀ ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନାର ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ।

ଏହି ଅବସରରେ ଉଦ୍‌ବୋଧନ ଦେଇ ନବରଙ୍ଗପୁର ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦୁର୍ଗମ ଅଞ୍ଚଳରେ ଗମନାଗମନ ଏକ ବଡ ସମସ୍ୟା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯିବା ଆସିବାର ଅସୁବିଧା ବିଷୟରେ ମୁଁ ଜାଣିବା ପରେ ଆମର ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରାଗଲା। ଲକ୍ଷ୍ମୀ ଯୋଜନାରେ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଆପଣଙ୍କ ଗାଁ ଏବେ ଯୋଡି ହେଲା । ଏହା ଦ୍ୱାରା ଗ୍ରାମାଞ୍ଚଳରେ ସାମାଜିକ ସଂପର୍କ ମଜବୁତ୍ ହେବା ସହିତ ଅର୍ଥନୀତି ମଧ୍ୟ ଆହୁରି ସୁଦୃଢ ହେବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଲୋକମତକୁ ସମ୍ମାନ ଦେବା ମୋ ସରକାରର ହଲ୍‌ମାର୍କ। ଆମର ସବୁ ଯୋଜନା ଲୋକମତ ଆଧାରରେ କାର୍ଯ୍ୟକାରୀ ହେଉଛି। ଲକ୍ଷ୍ମୀ ବସ୍ ଠାରୁ ଆରମ୍ଭକରି, ଆମ ବ୍ୟାଙ୍କ, ଆମ ଓଡିଶା ନବୀନ ଓଡିଶା ଏବଂ ମଠ, ମନ୍ଦିର ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ଟଙ୍କା ମଞ୍ଜୁରି- ସବୁ କାମ ଲୋକମାନଙ୍କର ପ୍ରସ୍ତାବ ଅନୁଯାୟୀ କରାଯାଇଛି।

Tags: