ଅଙ୍ଗନବାଡି କର୍ମୀ ଓ ସହାୟିକାଙ୍କ ପାରିଶ୍ରମିକ ବୃଦ୍ଧି

ଭୁବନେଶ୍ୱର : ଅଙ୍ଗନବାଡି କର୍ମୀ ଓ ସହାୟିକାଙ୍କର ଦରମା ବୃଦ୍ଧି I ଅଙ୍ଗନବାଡି କର୍ମୀଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ସହିତ କାର୍ଯ୍ୟ ନିବୃତି ପରେ ପ୍ରୋତ୍ସାହନ ରାଶି ବୃଦ୍ଧିକରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ସାମାଜିକ ସୁରକ୍ଷା ଭାବରେ ଅନୁକମ୍ପା ସହାୟତା ରାଶି ମିଳବ । ଏହାଦ୍ୱାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ ଉପକୃତ ହେବେ । ତେବେ ପୂର୍ବରୁ ଫାଇଭ୍-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ […]

Samaya Live Picture
Published On

ଭୁବନେଶ୍ୱର : ଅଙ୍ଗନବାଡି କର୍ମୀ ଓ ସହାୟିକାଙ୍କର ଦରମା ବୃଦ୍ଧି I ଅଙ୍ଗନବାଡି କର୍ମୀଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ସହିତ କାର୍ଯ୍ୟ ନିବୃତି ପରେ ପ୍ରୋତ୍ସାହନ ରାଶି ବୃଦ୍ଧିକରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ସାମାଜିକ ସୁରକ୍ଷା ଭାବରେ ଅନୁକମ୍ପା ସହାୟତା ରାଶି ମିଳବ । ଏହାଦ୍ୱାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ ଉପକୃତ ହେବେ ।

ତେବେ ପୂର୍ବରୁ ଫାଇଭ୍-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଅଙ୍ଗନବାଡି କର୍ମୀ ତଥା ସେମାନଙ୍କ ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ନୂତନ ଘୋଷଣା ଅନୁଯାୟୀ, ଅଙ୍ଗନବାଡି କର୍ମୀଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କା,ମିନି ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ ଟଙ୍କା ଏବଂ ସହାୟିକାଙ୍କ ପାରିଶ୍ରମିକ ୩୭୫୦ ଟଙ୍କାରୁ ୫୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହି ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ । ଚଳିତ ଫେବୃଆରୀ ମାସରୁ ବର୍ଦ୍ଧିତ ପାରିଶ୍ରମିକ ନିୟମିତ ଭାବେ ମିଳିବ । ଅକ୍ଟୋବର ୨୦୨୩ରୁ ଜାନୁଆରୀ ୨୦୨୪ – ଚାରି ମାସର ବର୍ଦ୍ଧିତ ବକେୟା ରାଶି ମାର୍ଚ୍ଚ ୫ ତାରିଖ ରୁ ୧୦ ତାରିଖ ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ ।

ସେହିପରି ଅଙ୍ଗନବାଡି କର୍ମୀଙ୍କ ସେବା ନିବୃତ୍ତି ପରେ ପାଉଥିବା ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରାଯାଇଛି । ଏହା ୦୧.୦୪.୨୦୨୪ ଠାରୁ ଲାଗୁହେବ । ବର୍ଦ୍ଧିତ ପ୍ରୋତ୍ସାହନ ରାଶି ବାବଦରେ ଅଙ୍ଗନବାଡି କର୍ମୀମାନେ ପୂର୍ବରୁ ପାଉଥିବା ୪୦ ହଜାର ଟଙ୍କା ପରିବର୍ତ୍ତେ ୧ ଲକ୍ଷ ଟଙ୍କା ପାଇବେ। ମିନି ଅଙ୍ଗନବାଡି କର୍ମୀମାନେ ୩୦ ହଜାର ଟଙ୍କା ପରିବର୍ତ୍ତେ ୭୫ ହଜାର ଟଙ୍କା ପାଇବେ ଓ ଅଙ୍ଗନବାଡି ସହାୟିକାମାନେ ୨୦ ହଜାର ଟଙ୍କା ପରିବର୍ତ୍ତେ ୫୦ ହଜାର ଟଙ୍କା ପାଇବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ ।

ସେହିପରି ସାମାଜିକ ସୁରକ୍ଷା ଦିଗରେ ମୃତ୍ୟୁ କିମ୍ବା ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା ନିମନ୍ତେ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ସହାୟିକାମାନଙ୍କୁ ୨ ଲକ୍ଷ ଟଙ୍କା ଓ ଆଂଶିକ ଅକ୍ଷମତା ନିମନ୍ତେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପା ରାଶି ପ୍ରଦାନ କରାଯିବ । ଏହି ସୁବିଧା ମଧ୍ୟ ୦୧.୦୪.୨୦୨୪ରୁ ଲାଗୁ ହେବ ।

Tags: