ପୋଲିସ କର୍ମଚାରୀଙ୍କ ପ୍ରୋତ୍ସାହନ ରାଶି ଓ ପୋଷାକ ଭତ୍ତା ଦ୍ବିଗୁଣିତ କଲେ ସରକାର

ଭୁବନେଶ୍ୱର:ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।ଏହି ନିଷ୍ପତ୍ତି ଅନୁଯାୟୀ କନଷ୍ଟେବଳ ଠାରୁ ଇନ୍‌ସପେକ୍ଟର ପର୍ଯ୍ୟନ୍ତ ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ ହୋଇଛି । ଇନ୍ସପେକ୍ଟର ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୩୦୦ ରୁ ୮୬୦୦ ଟଙ୍କା, ସବ୍‌ଇନ୍ସପେକ୍ଟର ଓ ଏ.ଏସ୍‌.ଆଇ ମାନଙ୍କ ପୋଷାକ […]

ପୋଲିସ କର୍ମଚାରୀଙ୍କ ପ୍ରୋତ୍ସାହନ ରାଶି ଓ ପୋଷାକ ଭତ୍ତା  ଦ୍ବିଗୁଣିତ କଲେ ସରକାର
Samaya Live Picture
Published On

ଭୁବନେଶ୍ୱର:ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।ଏହି ନିଷ୍ପତ୍ତି ଅନୁଯାୟୀ କନଷ୍ଟେବଳ ଠାରୁ ଇନ୍‌ସପେକ୍ଟର ପର୍ଯ୍ୟନ୍ତ ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ ହୋଇଛି ।

ଇନ୍ସପେକ୍ଟର ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୩୦୦ ରୁ ୮୬୦୦ ଟଙ୍କା, ସବ୍‌ଇନ୍ସପେକ୍ଟର ଓ ଏ.ଏସ୍‌.ଆଇ ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୨୦୦ ଟଙ୍କାରୁ ୮୪୦୦ ଟଙ୍କା, ହାବିଲଦାର, କନେଷ୍ଟବଳ ଓ ସିପାହୀ ମାନଙ୍କ ପାଇଁ ୫୦୦୦ ରୁ ୧୦,୦୦୦ ଟଙ୍କା ଏବଂ ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍‌ସ ଆର୍ମି କର୍ମଚାରୀ ମାନଙ୍କ ପାଇଁ ପୋଷାକ ଭତ୍ତାର ପରିମାଣ ବାର୍ଷିକ ୫୯୦୦ ଟଙ୍କାରୁ ୧୧,୮୦୦ ଟଙ୍କାକୁ ବୃଦ୍ଧି ପାଇଛି ।

ଏହି ପଦବୀର ସମାନ ର‍୍ୟାଙ୍କର କର୍ମଚାରୀ ଓ ଅଧିକାରୀ ମାନଙ୍କୁ ମଧ୍ୟ ଏହି ପରିମାଣରେ ଭତ୍ତା ମିଳିବ।ସେହିପରି କନେଷ୍ଟବଳ, ସିପାହୀ ଓ ସମାନ ର‍୍ୟାଙ୍କର କର୍ମଚାରୀମାନଙ୍କ ପାଇଁ ଏକ୍‌ଷ୍ଟ୍ରା ଡ୍ୟୁଟି ବାର୍ଷିକ ପ୍ରୋତ୍ସାହନ ରାଶିକୁ (Extra Duty Incentive) ସର୍ବାଧିକ ୨୫,୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହାସହିତ ହାବିଲଦାର ଓ ସମାନ ର‍୍ୟାଙ୍କର କର୍ମଚାରୀମାନଙ୍କ ପାଇଁ ଏକ୍‌ଷ୍ଟ୍ରା ଡ୍ୟୁଟି ବାର୍ଷିକ ପ୍ରୋତ୍ସାହନ ରାଶିକୁ ସର୍ବାଧିକ ୩୦,୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହି ଭତ୍ତା ଓ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଯୋଗୁ ଆଜି କନେଷ୍ଟବଳ, ହବିଲଦାର ଓ ସିପାହୀ ସଂଘର କର୍ମକର୍ତ୍ତା ମାନେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀଙ୍କୁ ଭେଟି କୃତଜ୍ଞତା ପ୍ରକାଶ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଂଘର କର୍ମକର୍ତ୍ତା ମାନଙ୍କୁ ଦକ୍ଷତାର ସହ ଆଗାମୀ ଦିନ ଗୁଡିକରେ କାର୍ଯ୍ୟ କରିବାକୁ ଏବଂ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିର ଉନ୍ନତି ପାଇଁ କାମ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

Tags: