ଜାତୀୟ ହାର ଠାରୁ ଓଡ଼ିଶାରେ ଅଧିକ ହେଉଛି ପୁଞ୍ଜିନିବେଶ : ଶିଳ୍ପମନ୍ତ୍ରୀ

ଭୁବନେଶ୍ବର: ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଓଡ଼ିଶା ଆଗରେ ରହିଛି। ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ରହିଛି ୪୫ରୁ ୪୭ ପ୍ରତିଶତ। ରାଜ୍ୟରେ ନୂତନ ଶିଳ୍ପ ନୀତି ୨୦୨୨ ଗତ ଡିସେମ୍ବରରୁ ପ୍ରାଣୟନ ହେଉଛି। ମେକ ଇନ ଓଡ଼ିଶା ୨୦୨୨ ଜରିଆରେ ୭୪୧ ଶିଳ୍ପ ପାଇଁ ଆଗ୍ରହ ପ୍ରସ୍ତାବ ଆସିଛି। ଏହା କାର୍ଯ୍ଯକ୍ଷମ ହେଲେ, ୧୦ଲକ୍ଷ ୪୮ ହଜାର ୮୦୭ କୋଟି ପୁଞ୍ଜି ନିବେଶ ଆସିବ। ଏଥିରେ ୧୦ଲକ୍ଷ ୩୭ହଜାର ୮୦୧ନିଯୁକ୍ତି ସୃଷ୍ଟି ହେବ। […]

Samaya Live Picture
Published On

ଭୁବନେଶ୍ବର: ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଓଡ଼ିଶା ଆଗରେ ରହିଛି। ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ରହିଛି ୪୫ରୁ ୪୭ ପ୍ରତିଶତ। ରାଜ୍ୟରେ ନୂତନ ଶିଳ୍ପ ନୀତି ୨୦୨୨ ଗତ ଡିସେମ୍ବରରୁ ପ୍ରାଣୟନ ହେଉଛି। ମେକ ଇନ ଓଡ଼ିଶା ୨୦୨୨ ଜରିଆରେ ୭୪୧ ଶିଳ୍ପ ପାଇଁ ଆଗ୍ରହ ପ୍ରସ୍ତାବ ଆସିଛି। ଏହା କାର୍ଯ୍ଯକ୍ଷମ ହେଲେ, ୧୦ଲକ୍ଷ ୪୮ ହଜାର ୮୦୭ କୋଟି ପୁଞ୍ଜି ନିବେଶ ଆସିବ। ଏଥିରେ ୧୦ଲକ୍ଷ ୩୭ହଜାର ୮୦୧ନିଯୁକ୍ତି ସୃଷ୍ଟି ହେବ। ଏ ଯାଏ ୧୫୬ ବୃହତ ଶିଳ୍ପ ଆଂଶିକ ଓ ପୂର୍ଣ୍ଣ କାର୍ୟ୍ୟକ୍ଷମ ହୋଇଛି। ୭ ଟି ବୃହତ ଶିଳ୍ପ ଡାଉନଷ୍ଟ୍ରିମ ଆଲୁମିନିୟନ କାର୍ଯ୍ଯକାରୀ ହେଉଛି। ପ୍ଲାଣ୍ଟ ଲେବେଲ ପରାମର୍ଶଦାତା କମିଟି ଜରିଆରେ ଜିଲ୍ଲା ସ୍ତରରେ ଅନୁମୋଦନ ମିଳୁଛି। ଆଜି ବିଧାନସଭାରେ ଏଭଳି ତଥ୍ୟ ରଖିଛନ୍ତି ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ।

ଏହାବାଦ ସେ କହିଛନ୍ତି ,କ୍ୟାପିଟାଲ ଇଣ୍ଡଷ୍ଟ୍ରିରେ ନିଯୁକ୍ତି କମିବାର କାରଣ ହେଉଛି ଯେ ବଡ଼ ବଡ଼ ଶିଳ୍ପ ସଂସ୍ଥା ଟେକନୋଲୋଜି ବ୍ୟବହାରକୁ ଗୁରୁତ୍ୱ ଦେଉଛନ୍ତି। ମାନବ ସମ୍ବଳକୁ ନୁହେଁ। କାରଣ ସେମାନେ କୋଟି କୋଟି ଟଙ୍କା ନିବେଶ କରିଛନ୍ତି। ଏପରି ସ୍ଥିତିରେ ଡାଉନଷ୍ଟ୍ରିମ୍ ଇଣ୍ଡଷ୍ଟ୍ରି ଆବଶ୍ୟକ। ଏଥିପାଇଁ ୩୬ଟି ଶିଳ୍ପ ସଂସ୍ଥା ସହ ଚୁକ୍ତି ହୋଇଛି। ଯେଉଁଥିରେ ଅଧିକାଂଶ ଟାଟା କମ୍ପାନିର। ସେମାନଙ୍କୁ କଳିଙ୍ଗନଗରରେ ଜାଗା ଦିଆଯାଇଛି I ସେହିପରି ପାରାଦୀପକୁ ପେଟ୍ରୋକେମିକାଲ ହବ୍ କରାଯିବ ବୋଲି ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ ବିଧାନସଭାରେ ଘୋଷଣା କରିଛନ୍ତି।

Tags: