ପୁଣି ଛେଚିବ ବର୍ଷା, ଆସୁଛି ଆଉ ଏକ ଲଘୁଚାପ
ଭୁବନେଶ୍ୱର : ରାଜ୍ୟରେ କିଛିଦିନ ହେବ କେତେକ ଜିଲ୍ଲାରେ ଲାଗି ରହିଛି ଲଗାଣ ବର୍ଷା । ଗତ ୨ ଦିନ ହେବ କିଛି ଜିଲ୍ଲାରେ ପାଗରେ ସୁଧାର ଆସିଥିବାବେଳେ ଆସୁଛି ଆଉ ଏକ ଲଘୁଚାପ । ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପ ଝାଡ଼ଖଣ୍ଡ ଏବଂ ଛତିଶଗଡ଼ ଦେଇ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୪ ତାରିଖରୁ ପୁଣି ବର୍ଷାର ବିସ୍ତୃତି ବୃଦ୍ଧି ପାଇବ ବୋଲି ଆଞ୍ଚଳିକ […]
ଭୁବନେଶ୍ୱର : ରାଜ୍ୟରେ କିଛିଦିନ ହେବ କେତେକ ଜିଲ୍ଲାରେ ଲାଗି ରହିଛି ଲଗାଣ ବର୍ଷା । ଗତ ୨ ଦିନ ହେବ କିଛି ଜିଲ୍ଲାରେ ପାଗରେ ସୁଧାର ଆସିଥିବାବେଳେ ଆସୁଛି ଆଉ ଏକ ଲଘୁଚାପ । ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପ ଝାଡ଼ଖଣ୍ଡ ଏବଂ ଛତିଶଗଡ଼ ଦେଇ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୪ ତାରିଖରୁ ପୁଣି ବର୍ଷାର ବିସ୍ତୃତି ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏଥିସହ ବଜ୍ରପାତ ନେଇ କେତେକ ଜିଲାକୁ ସତର୍କ କରାଯାଇଛି । ବୁଧବାର ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୩୦ରୁ ୪୦ କିମି ବେଗରେ ଝଟକା ପବନ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଏବଂ ଜଗତସିଂହପୁର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି କିଛି ସ୍ଥାନ ମାନଙ୍କରେ ପ୍ରବଳ ବଜ୍ରପାତ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।




