ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ଏବେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ କେତେକ ଅଞ୍ଚଳରେ ବର୍ଷା ଲାଗି ରହିଛି । ପଶ୍ଚିମ-କେନ୍ଦ୍ରୀୟ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳମାନଙ୍କରେ ପୂର୍ଣ୍ଣିବଳୟର ପ୍ରଭାବ ଦେଖାଯାଇଛି । ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରର ରୂପ ନେଇପାରେ ବୋଲି ଆଜି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ବିଶେଷ କରି, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ […]

Samaya Live Picture
Published On

ଭୁବନେଶ୍ୱର: ରାଜ୍ୟରେ ଏବେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ କେତେକ ଅଞ୍ଚଳରେ ବର୍ଷା ଲାଗି ରହିଛି । ପଶ୍ଚିମ-କେନ୍ଦ୍ରୀୟ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳମାନଙ୍କରେ ପୂର୍ଣ୍ଣିବଳୟର ପ୍ରଭାବ ଦେଖାଯାଇଛି । ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରର ରୂପ ନେଇପାରେ ବୋଲି ଆଜି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ବିଶେଷ କରି, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ଅର୍ଥାତ୍‌ ୧୦ ଓ ୧୧ରେ ରାଜ୍ୟରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଅନୁସାରେ, ଆସନ୍ତା ୧୦ ତାରିଖରେ ପୁରୀ, ଖୋର୍ଦ୍ଧା,ନୟାଗଡ଼, କନ୍ଧମାଳ, ଗଞ୍ଜାମ,ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା ବେଳେ ୧୧ ତାରିଖରେ କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା,ସମ୍ବଲପୁର, ବରଗଡ଼, ବଲାଙ୍ଗିର, ବୌଦ୍ଧ ଓ ସୋନପୁର ଜିଲ୍ଲାମାନଙ୍କରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।