ଆଜିଠାରୁ ରାଜ୍ୟରେ ୫ ଦିନ ଯାଏ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା I ଆଜି ମଧ୍ୟାହ୍ନ ଠାରୁ ରାଜ୍ୟରେ ଅଧିକାଂଶ ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜିଠାରୁ ଆସନ୍ତା ୫ ଦିନ ପର୍ଯନ୍ତ ବିଶେଷକରି ଗଞ୍ଜାମ , ଗଜପତି, କେଦୁଝର,ମୟୁରଭଞ୍ଜ ଏବଂ ସୁନ୍ଦରଗଡ ଜିଲ୍ଲାଗୁଡିକରେ ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଭାବରେ […]

Samaya Live Picture
Published On

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା I ଆଜି ମଧ୍ୟାହ୍ନ ଠାରୁ ରାଜ୍ୟରେ ଅଧିକାଂଶ ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଜିଠାରୁ ଆସନ୍ତା ୫ ଦିନ ପର୍ଯନ୍ତ ବିଶେଷକରି ଗଞ୍ଜାମ , ଗଜପତି, କେଦୁଝର,ମୟୁରଭଞ୍ଜ ଏବଂ ସୁନ୍ଦରଗଡ ଜିଲ୍ଲାଗୁଡିକରେ ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଭାବରେ ସମ୍ବଲପୁର,ବରଗଡ,ଝାରସୁଗୁଡା,ଦେବଗଡ,ଅନୁଗୁଳ,କଳାହାଣ୍ଡି,କନ୍ଧମାଳ, ଢେଙ୍କାନାଳ ଏବଂ ବାଲେଶ୍ୱର ଜିଲ୍ଲା ଗୁଡିକ ମଧ୍ୟ ଘଡଘଡି ସାଙ୍ଗକୁ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିଭଳି ଆସନ୍ତା ୨୫ତାରିଖ ବେଳକୁ ବଙ୍ଗୋପସାଗରରେ ଆଉଏକ ଘ୍ୱର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୩ ତାରିଖ ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି । ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

Tags: