ଡାଇରିଆ ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି

ଯାଜପୁର : ଯାଜପୁର ଜିଲ୍ଲାରେ ଅଣାୟତ୍ତ ହେଲାଣି ଡାଇରିଆ ପରିସ୍ଥିତି । ନିୟନ୍ତ୍ରଣକୁ ଆସୁନାହିଁ ଝାଡ଼ାବାନ୍ତି । ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୪ ରେ ପହଞ୍ଚିଲାଣି । ଏନେଇ ଯାଜପୁର ସିଡିଏମଓଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପରେ ଆଉ ଦୁଇ ଜୀବନ ଯାଇଛି । ଏହା ସହିତ ବହୁତ ଲୋକ ଆକ୍ରାନ୍ତ ହୋଇ ବିଭିନ୍ନ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ୫ ଶହରୁ ଅଧିକ ଲୋକ ଡାଇରିଆରେ ଆକ୍ରାନ୍ତ […]

ଡାଇରିଆ ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି
Samaya Live Picture
Published On

ଯାଜପୁର : ଯାଜପୁର ଜିଲ୍ଲାରେ ଅଣାୟତ୍ତ ହେଲାଣି ଡାଇରିଆ ପରିସ୍ଥିତି । ନିୟନ୍ତ୍ରଣକୁ ଆସୁନାହିଁ ଝାଡ଼ାବାନ୍ତି । ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୪ ରେ ପହଞ୍ଚିଲାଣି । ଏନେଇ ଯାଜପୁର ସିଡିଏମଓଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପରେ ଆଉ ଦୁଇ ଜୀବନ ଯାଇଛି । ଏହା ସହିତ ବହୁତ ଲୋକ ଆକ୍ରାନ୍ତ ହୋଇ ବିଭିନ୍ନ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ୫ ଶହରୁ ଅଧିକ ଲୋକ ଡାଇରିଆରେ ଆକ୍ରାନ୍ତ ହୋଇଥିଲେ। ପରିସ୍ଥିତି ଉପରେ ନଜର ରଖିବାକୁ ନିଜେ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବି ଯାଇଥିଲେ।

ସ୍ଵତନ୍ତ୍ର ଡାକ୍ତରୀ ଟିମ୍ ସେଠାରେ ପହଞ୍ଚି ଚିକିତ୍ସା କରୁଛନ୍ତି । ଏକ ଭୋଜି ଖାଇବା ପରେ ଝାଡ଼ାବାନ୍ତି ବ୍ୟାପିଥିଲା ବୋଲି ଜଣ। ପଡିଥିଲା । ପରେ ସ୍ଵାସ୍ଥ୍ୟ ସଚିବ ସ୍ପଷ୍ଟ କରିଥିଲେ ଯେ, ଡାଇରିଆର ବ୍ୟାକଟେରିଆ ମିଳିଛି। ୩ ଦିନ ମଧ୍ୟରେ ବ୍ୟାସନଗର, ଯାଜପୁର ପୌରାଞ୍ଚଳ ସମେତ ଧର୍ମଶାଳା, ରସୁଲପୁର, କୋରାଇ ଓ ଦାନଗଦି ଓ ସୁକିନ୍ଦା ଆଦି ୬ ଟି ବ୍ଲକରେ ଝାଡାବାନ୍ତି ରୋଗରେ ୬୦୦ରୁ ଉର୍ଦ୍ଧ୍ବ ରୋଗୀ ଆକ୍ରାନ୍ତ ହୋଇଥିଲେ। ଅର୍ଦ୍ଧାଧିକ ଲୋକ ଚିକିତ୍ସିତ ହୋଇ ସୁସ୍ଥ ଅବସ୍ଥାରେ ଘରକୁ ଫେରିଲେଣି। ମେଡ଼ିକାଲ ଟିମ୍ ଦ୍ଵାରା ଖାଦ୍ୟ ଜନିତ କାରଣ ବା ଫୁଡ୍ ପୟୋଜନ ପାଇଁ ଏଭଳି ହୋଇଥିବା ଦର୍ଶାଯାଇଥିବା ବେଳେ ଏହାର ପ୍ରକୃତ କାରଣ ସ୍ପଷ୍ଟ ହୋଇପାରିନି।

Tags: