ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ତ୍ରିପାଠୀ ବିଜେପି ପ୍ରାର୍ଥୀ

ଭୁବନେଶ୍ୱର : ଆସନ୍ତା ମାସ ୧୦ ତାରିଖରେ ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ । ଏ ନେଇ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।ଏହାପରେ ୧୩ ତାରିଖରେ ଫଳାଫଳ ଘୋଷଣା କରାଯିବ । ନିର୍ବାଚନ ପାଇଁ ବିଜେଡି ଓ କଂଗ୍ରେସ ସେମାନଙ୍କର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି । ବିଜେଡିରୁ ଦୀପାଳି ଦାସ ଓ କଂଗ୍ରେସରୁ ତରୁଣ ପାଣ୍ଡେ ପ୍ରାର୍ଥୀ ହୋଇଛନ୍ତି । ଅନ୍ୟପକ୍ଷରେ ଟଙ୍କଧର ତ୍ରିପାଠୀଙ୍କୁ ବିଜେପି ପ୍ରାର୍ଥୀ କରିବ […]

Samaya Live Picture
Published On

ଭୁବନେଶ୍ୱର : ଆସନ୍ତା ମାସ ୧୦ ତାରିଖରେ ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ । ଏ ନେଇ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।ଏହାପରେ ୧୩ ତାରିଖରେ ଫଳାଫଳ ଘୋଷଣା କରାଯିବ । ନିର୍ବାଚନ ପାଇଁ ବିଜେଡି ଓ କଂଗ୍ରେସ ସେମାନଙ୍କର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି । ବିଜେଡିରୁ ଦୀପାଳି ଦାସ ଓ କଂଗ୍ରେସରୁ ତରୁଣ ପାଣ୍ଡେ ପ୍ରାର୍ଥୀ ହୋଇଛନ୍ତି । ଅନ୍ୟପକ୍ଷରେ ଟଙ୍କଧର ତ୍ରିପାଠୀଙ୍କୁ ବିଜେପି ପ୍ରାର୍ଥୀ କରିବ ବୋଲି ପୂର୍ବରୁ ଦଳୀୟ ବିଧାୟକ ସୁବାଷ ପାଣିଗ୍ରାହୀ କହିଥିଲେ ।

ତେବେ ଏହା ମଧ୍ୟରେ ଆଜି ବିଜେପି ବିଧିବଦ୍ଧ ଭାବେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଦୀପାଳୀ ଓ ତରୁଣଙ୍କୁ କଡ଼ା ଟକ୍କର ଦେବା ପାଇଁ ମୈଦାନକୁ ଓହ୍ଲାଇଛନ୍ତି ଟଙ୍କଧର । ଏନେଇ ଆଜି କେନ୍ଦ୍ରୀୟ ବିଜେପି ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଝାରସୁଗୁଡ଼ା ଉପନିର୍ବାଚନର ନାମାଙ୍କନ ପାଇଁ ଆସନ୍ତା ୨୦ ଅନ୍ତିମ ତାରିଖ ରହିଥିବା ବେଳେ ଆସନ୍ତା ୨୪ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି

Tags: