କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ଜିନ୍ଦଲ

ଭୁବନେଶ୍ୱର : ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ରେ ଜେଏସ୍‌ପିଏଲ୍‌ ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ବଡ଼ ଘୋଷଣା I କେନ୍ଦୁଝରରେ ପ୍ରତିଷ୍ଠା ହେବ ମେଗା ଷ୍ଟିଲ ପ୍ଲାଣ୍ଟ । କ୍ଷମତା ବୃଦ୍ଧି ପାଇଁ ୬ ବର୍ଷରେ ନିବେଶ କରିବ ୭୦ ହଜାର କୋଟି । ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି। ସୂଚନାନୁସାରେ,ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଆରମ୍ଭ ହୋଇଛି। ଏହା ୨ ଦୁଇଦିନ ଧରି ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଉତ୍କର୍ଷ […]

Samaya Live Picture
Published On

ଭୁବନେଶ୍ୱର : ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ରେ ଜେଏସ୍‌ପିଏଲ୍‌ ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ବଡ଼ ଘୋଷଣା I କେନ୍ଦୁଝରରେ ପ୍ରତିଷ୍ଠା ହେବ ମେଗା ଷ୍ଟିଲ ପ୍ଲାଣ୍ଟ । କ୍ଷମତା ବୃଦ୍ଧି ପାଇଁ ୬ ବର୍ଷରେ ନିବେଶ କରିବ ୭୦ ହଜାର କୋଟି । ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି।

ସୂଚନାନୁସାରେ,ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଆରମ୍ଭ ହୋଇଛି। ଏହା ୨ ଦୁଇଦିନ ଧରି ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭକୁ ଉଦ୍‌ଘାଟନ କରିଛନ୍ତି। ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେଇଛନ୍ତି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହୋଇଛନ୍ତି ।

୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହି କନ୍‌କ୍ଲେଭରେ ଏଲ୍‌.ଏନ୍‌. ମିତ୍ତଲ, କୁମାର ମଙ୍ଗଳମ୍‌ ବିର୍ଲା, ଅନିଲ ଅଗ୍ରୱାଲ, ସଜ୍ଜନ ଜିନ୍ଦଲ, ନବୀନ ଜିନ୍ଦଲ, କରଣ ଆଦାନୀ, ଟି.ଭି. ନରେନ୍ଦ୍ରନ ପ୍ରମୁଖ ଯୋଗ ଦେଇଛନ୍ତି। ଏହାଛଡ଼ା ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭରେ ୧୦୦ରୁ ଊର୍ଦ୍ଧ୍ୱ ଶିଳ୍ପପତିଙ୍କ ସହ ଏମ୍‌ଓୟୁ ସ୍ବାକ୍ଷର ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି ।

Tags: