ଓଡିଶା ପହଁଚିଲା ଜିନ୍ନତ

ଭୁବନେଶ୍ୱର : ଓଡିଶା ଫେରିଛି ବାଘୁଣୀ ଜିନ୍ନତ୍ । ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ମଧ୍ୟରାତ୍ରୀରେ ଶିମିଳିପାଳରେ ପହଞ୍ଚିଲା ବାଘୁଣୀ ଜିନ୍ନତ । ପଶ୍ଚିମବଙ୍ଗ ଆଲିପୁର ଚିଡ଼ିଆଖାନାରୁ ବନ ବିଭାଗ ‘ଜିନ୍ନତ’କୁ ଆଣିଥିଲେ । ଓଡ଼ିଶା ପହଞ୍ଚିବା ପରେ ଶିମିଳିପାଳ ଦକ୍ଷିଣ ଡିଭିଜନର ସଫ୍ଟ ଏନକ୍ଲୋଜରରେ ଜିନ୍ନତ କୁ ଛଡ଼ାଯାଇଛି । ୨ ଦିନ ତଳେ ପଶ୍ଚିମବଙ୍ଗ ବାଙ୍କୁରାରେ ଜିନ୍ନତକୁ ଟ୍ରାଙ୍କୁଲାଇଜ୍ କରାଯିବା ପରେ, ଓଡ଼ିଶା ନ ପଠାଇ ବାଘୁଣୀକୁ ଆଲିପୁର ଚିଡ଼ିଆଖାନା ନିଆଯାଇଥିଲା । ଏହାକୁ ନେଇ […]

Samaya Live Picture
Published On

ଭୁବନେଶ୍ୱର : ଓଡିଶା ଫେରିଛି ବାଘୁଣୀ ଜିନ୍ନତ୍ । ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ମଧ୍ୟରାତ୍ରୀରେ ଶିମିଳିପାଳରେ ପହଞ୍ଚିଲା ବାଘୁଣୀ ଜିନ୍ନତ । ପଶ୍ଚିମବଙ୍ଗ ଆଲିପୁର ଚିଡ଼ିଆଖାନାରୁ ବନ ବିଭାଗ ‘ଜିନ୍ନତ’କୁ ଆଣିଥିଲେ । ଓଡ଼ିଶା ପହଞ୍ଚିବା ପରେ ଶିମିଳିପାଳ ଦକ୍ଷିଣ ଡିଭିଜନର ସଫ୍ଟ ଏନକ୍ଲୋଜରରେ ଜିନ୍ନତ କୁ ଛଡ଼ାଯାଇଛି ।

୨ ଦିନ ତଳେ ପଶ୍ଚିମବଙ୍ଗ ବାଙ୍କୁରାରେ ଜିନ୍ନତକୁ ଟ୍ରାଙ୍କୁଲାଇଜ୍ କରାଯିବା ପରେ, ଓଡ଼ିଶା ନ ପଠାଇ ବାଘୁଣୀକୁ ଆଲିପୁର ଚିଡ଼ିଆଖାନା ନିଆଯାଇଥିଲା । ଏହାକୁ ନେଇ ହରଡ଼ଘଣାରେ ପଡିଥିଲା ପଶ୍ଚିମବଙ୍ଗ ବନବିଭାଗ । ସେପଟେ ବାଘୁଣୀକୁ କାହିଁକି ଓଡ଼ିଶା ନ ପଠାଇ ଆଲିପୁର ଚିଡ଼ିଆଖାନାକୁ ପଠାଗଲା, ସେ ନେଇ ପ୍ରଶ୍ନ ଉଠାଇଥିଲେ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ- NTCA । ଏନେଇ NTCA ପକ୍ଷରୁ ପଶ୍ଚିମବଙ୍ଗର ଚିଫ୍ ୱାଇଡଲାଇଫ୍ ୱାର୍ଡେନଙ୍କୁ ଚିଠି କରାଯାଇଥିଲା । ଏଥିସହ SOP ଅନୁସାରେ ତୁରନ୍ତ ବାଘୁଣୀକୁ ଓଡ଼ିଶା ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ NTCA । NTCA ଛାଟ ପରେ ପଶ୍ଚିମବଙ୍ଗ ଆଲିପୁର ଚିଡ଼ିଆଖାନାରୁ ବିଳମ୍ବିତ ରାତିରେ ଓଡ଼ିଶା ଫେରିଛି ଜିନ୍ନତ ।

ସୂଚନାନୁସାରେ,ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ବାଘୁଣୀ ଜିନ୍ନତକୁ ଶିମିଳିପାଳ ଅଭୟାରଣ୍ୟକୁ ଅଣା ଯାଇଥିଲା । ଗତ ଡିସେମ୍ବର ୮ ତାରିଖରେ ଶିମିଳିପାଳରୁ ଜିନ୍ନତ ଝାଡ଼ଖଣ୍ଡ ଯାଇଥିଲା । ସେଠାରେ କିଛିଦିନ ବୁଲିବା ପରେ ଓଡ଼ିଶା ମୁହାଁ ହୋଇଥିଲା । ହେଲେ ଓଡ଼ିଶା ନ ଫେରି ପଶ୍ଚିମବଙ୍ଗକୁ ଚାଲି ଯାଇଥିଲା । ସେଠାରେ ବାଙ୍କୁଡାର ରାଣୀବନ୍ଧ ଜଙ୍ଗଲରେ ଡିସେମ୍ବର ୨୯ ତାରିଖ ଜିନ୍ନତକୁ ଟ୍ରାଙ୍କୁଲାଇଜ କରି କାବୁ କରା ଯାଇଥିଲା । ଜିନ୍ନତକୁ ଶିମିଳିପାଳ ଫେରାଇ ଆଣିବାକୁ ଓଡ଼ିଶା, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ବନବିଭାଗର ୧୨୦ ଜଣ ଏକ ଟିମ୍ ଲାଗିଥିଲା । ବାଙ୍କୁଡାର ରାଣୀବନ୍ଧ ଜଙ୍ଗଲରେ ମଇଁଷିର ଲୋଭ ଦେଖାଇ ଜିନ୍ନତକୁ ଟ୍ରାଙ୍କୁଲାଇଜ କରିବାରେ ସକ୍ଷମ ହୋଇଥିଲେ ବନ କର୍ମଚାରୀ ।

Tags: