ଆତ୍ମହତ୍ୟା କଲେ ପୋସ୍କୋ ବିଚାରପତି

କଟକ: ସ୍ୱତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀଙ୍କୁ ଆଜି ଝୁଲନ୍ତା ଅବସ୍ଥାରେ ତାଙ୍କ ବାସଭବନରୁ ଉଦ୍ଧାର କରାଯାଇଛି । ଉଦ୍ଧାର ପରେ ତାଙ୍କୁ ଚିକିତ୍ସା ପାଇଁ ତୁରନ୍ତ ହସ୍ପିଟାଲକୁ ନିଆଯାଇଥିଲା । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ସୂଚନା ଅନୁସାରେ, କଟକର ସିଡିଏ ସେକ୍‌ଟର -୯ ସ୍ଥିତ ସରକାରୀ ଘରେ ୪୯ ବର୍ଷିୟ ସୁବାସ କୁମାର ବିହାରୀ ଆତ୍ମହତ୍ୟା କରିଛନ୍ତି । ତାଙ୍କୁ ସିଡିଏର ଏକ ଘରୋଇ ଡାକ୍ତରଖାନାରେ […]

Samaya Live Picture
Published On

କଟକ: ସ୍ୱତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀଙ୍କୁ ଆଜି ଝୁଲନ୍ତା ଅବସ୍ଥାରେ ତାଙ୍କ ବାସଭବନରୁ ଉଦ୍ଧାର କରାଯାଇଛି । ଉଦ୍ଧାର ପରେ ତାଙ୍କୁ ଚିକିତ୍ସା ପାଇଁ ତୁରନ୍ତ ହସ୍ପିଟାଲକୁ ନିଆଯାଇଥିଲା । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

ସୂଚନା ଅନୁସାରେ, କଟକର ସିଡିଏ ସେକ୍‌ଟର -୯ ସ୍ଥିତ ସରକାରୀ ଘରେ ୪୯ ବର୍ଷିୟ ସୁବାସ କୁମାର ବିହାରୀ ଆତ୍ମହତ୍ୟା କରିଛନ୍ତି । ତାଙ୍କୁ ସିଡିଏର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଆତ୍ମହତ୍ୟାର କାରଣ ଏବେ ଅସ୍ପଷ୍ଟ ରହିଛି । ବିଚାରପତି ଜଣକ ଗତ ୨ ଦିନ ହେବ ଛୁଟିରେ ଥିଲେ । ଆଜି ସେ କାର୍ଯ୍ୟରେ ଯୋଗ ଦେବାର ଥିଲା । ହେଲେ ଆଜି ସେ ଛୁଟି ନେଇଥିଲେ । ବିଚାରପତିଙ୍କ ପତ୍ନୀ ଓ ଦୁଇ ଝିଅ ରହିଛନ୍ତି ।