ଭରତପୁର ଥାନା ବିବାଦ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦେଶ

ଭୁବନେଶ୍ୱର : ଭରତପୁର ଥାନା ବିବାଦ ଘଟଣାରେ ହେବ ବିଚାର ବିଭାଗୀୟ ତଦନ୍ତ । ଏନେଇ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଏହି ପ୍ରସଙ୍ଗରେ ଆଲୋଚନା କରିବା ପରେ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଚାରପତି ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ ହେବ। ୬୦ ଦିନ ଭିତରେ ରିପୋର୍ଟ ପ୍ରଦାନ କରିବେ ତଦନ୍ତ କମିଶନ । ଏହା ସହିତ ହାଇକୋର୍ଟଙ୍କ […]

Samaya Live Picture
Published On

ଭୁବନେଶ୍ୱର : ଭରତପୁର ଥାନା ବିବାଦ ଘଟଣାରେ ହେବ ବିଚାର ବିଭାଗୀୟ ତଦନ୍ତ । ଏନେଇ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଏହି ପ୍ରସଙ୍ଗରେ ଆଲୋଚନା କରିବା ପରେ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଚାରପତି ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ ହେବ। ୬୦ ଦିନ ଭିତରେ ରିପୋର୍ଟ ପ୍ରଦାନ କରିବେ ତଦନ୍ତ କମିଶନ । ଏହା ସହିତ ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଥିବା ସୂଚନା ମିଳିଛି । ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଅଭିଯୁକ୍ତ ୫ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯିବା ସହ ସେମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।

ଏହାଛଡ଼ା ଘଟଣାରେ ସଂପକ୍ତ ଯୁବକ ମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହୋଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଭରତପୁର ଥାନା, ଚନ୍ଦକା ଥାନା ଓ ରୋଡ ରୋମିଓଙ୍କୁ ନେଇ ତଦନ୍ତ କରାଯିବ। ମହିଳାଙ୍କ ନିରାପତ୍ତା ଓ ସୁରକ୍ଷା ନେଇ ମଧ୍ୟ ପରାମର୍ଶ ଲୋଡାଯାଇଛି ।

ସୂଚନା ଅନୁସାରେ ଗତ ୧୬ ତାରିଖରେ ଭରତପୁର ଥାନାରେ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ନେଇ ସାରା ଦେଶରେ ଉଦବେଗ ପ୍ରକାଶ ପାଇବା ସହ ନିନ୍ଦା କରାଯାଇଛି। ଥାନାରେ ଜଣେ ମହିଳାଙ୍କୁ ପୁଲିସ ଅଧିକାରୀମାନେ ଏଭଳି ଦୁର୍ବ୍ୟବହାର କରିବା ପରେ ସବୁ ମହଲରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

Tags: