ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ପରବର୍ତୀ ମୁଖ୍ୟ ବିଚାରପତି
କଟକ : ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ପରବର୍ତୀ ମୁଖ୍ୟ ବିଚାରପତି I ଜଷ୍ଟିସ୍ ତାଳପତ୍ରଙ୍କ ନାଁରେ ମୋହର ମାରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତାମାସ ୭ତାରିଖରେ ବର୍ତ୍ତମାନର ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧର ଅବସର ନେଉଥିବାରୁ ତାଙ୍କ ସ୍ଥାନରେ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ସମ୍ଭାଳିବେ । ସୁପ୍ରିମକୋର୍ଟ କଲେଜିୟମ ପୂର୍ବରୁ ଜୁଲାଇ ୫ତାରିଖରେ ଜଷ୍ଟିସ ତାଳପତ୍ରଙ୍କ ନାଁ ଓଡ଼ିଶା ହାଇକୋର୍ଟର ମୁଖ୍ୟ […]
କଟକ : ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ପରବର୍ତୀ ମୁଖ୍ୟ ବିଚାରପତି I ଜଷ୍ଟିସ୍ ତାଳପତ୍ରଙ୍କ ନାଁରେ ମୋହର ମାରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତାମାସ ୭ତାରିଖରେ ବର୍ତ୍ତମାନର ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧର ଅବସର ନେଉଥିବାରୁ ତାଙ୍କ ସ୍ଥାନରେ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ସମ୍ଭାଳିବେ । ସୁପ୍ରିମକୋର୍ଟ କଲେଜିୟମ ପୂର୍ବରୁ ଜୁଲାଇ ୫ତାରିଖରେ ଜଷ୍ଟିସ ତାଳପତ୍ରଙ୍କ ନାଁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ନିମନ୍ତେ ସୁପାରିଶ କରିଥିଲେ ।
ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି । ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଛନ୍ତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ୨୦୧୧ ନଭେମ୍ବର ୧୫ରେ ଗୌହାଟୀ ହାଇକୋର୍ଟ ବିଚାରପତି ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ୨୦୧୩ରେ ତ୍ରିପୁରାରେ ସ୍ୱତନ୍ତ୍ର ହାଇକୋର୍ଟ ପ୍ରତିଷ୍ଠା ପରେ ତାଙ୍କୁ ବଦଳି କରାଯାଇଥିଲା । ୨୦୨୨ ଜୁନ୍ ୧୦ରୁ ତ୍ରିପୁରା ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଥିଲେ । ସେବେଠାରୁ ଓଡ଼ିଶା ହାଇକୋର୍ଟର ବିଚାରପତି ଅଛନ୍ତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ।




