ଆଗାମୀ ୭ ଯାଏଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର : ପଶ୍ଚିମାଝଡ଼ ଓ ଟ୍ରଫ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଦେଖିବାକୁ ମିଳୁଛି। ତେବେ ଆଗାମୀ ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀଜନିତ ଝଡ଼ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁସୂଚନ ଜାରି କରାଯାଇଛି । ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ବର୍ଷା ସହ […]

ଆଗାମୀ ୭ ଯାଏଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା
Samaya Live Picture
Published On

ଭୁବନେଶ୍ୱର : ପଶ୍ଚିମାଝଡ଼ ଓ ଟ୍ରଫ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଦେଖିବାକୁ ମିଳୁଛି। ତେବେ ଆଗାମୀ ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀଜନିତ ଝଡ଼ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁସୂଚନ ଜାରି କରାଯାଇଛି ।

ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିଭଳି ଆସନ୍ତାକାଲି ୧ ୭ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ଜାରି ହୋଇଛି ୱେଲୋ ୱାର୍ଣ୍ଣିଂ । ରାଜ୍ୟରେ ଆସନ୍ତା ୭ ଦିନ ଯାଏଁ କାଳବୈଶାଖୀ ଜାରି ରହିବ । କାଳବୈଶାଖୀ ପ୍ରଭାବରେ ଫସଲ କ୍ଷତିଗ୍ରସ୍ତ ହେବାକୁ ଥିବାରୁ ଚାଷୀଙ୍କୁ କୃଷି ପରାମର୍ଶ ଦିଆଯାଇଛି । ଅମଳ ଉପଯୋଗୀ ଫସଲ ତୋଳି ଆଣିବାକୁ କୁହାଯାଇଛି । ଅନ୍ୟପଟେ ଚଳିତ ବର୍ଷ ମୌସୁମୀ ବର୍ଷାକୁ ନେଇ ଆଜି ଆସିପାରେ ଆଇଏମଡିର ପୂର୍ବାନୁମାନ ।

Tags: