ଆଜିଠାରୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ପୁରୀ : ଆଉ ଦିନ ଦି’ଟା ଆରମ୍ଭ ହେଉଛି କାର୍ତ୍ତିକ ମାସ । ବ୍ରତଧାରୀ ମାନେ ପୁରୀ ଅଭିମୁଖେ ବାହାରିଲେଣି । ଆସନ୍ତା ୭ ତାରିଖରୁ ହବିଷ ବ୍ରତ ହେବାକୁ ଥିବାବେଳେ ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ ହୋଇଛି। କାର୍ତ୍ତିକ ମାସରେ ଶ୍ରୀଜୀଉଙ୍କ ରାଧା ଦାମୋଦର ବେଶ ହୋଇଥାଏ। ଏହି ବେଶ ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ। ଏହି ବେଶରେ ଫୁଲ ନିର୍ମିତ ଗୁଣା, ଚିତା ଓ ଅଧରମାଳା ସହ ବିଭିନ୍ନ ପ୍ରକାର ସୁବର୍ଣ୍ଣ […]

ଆଜିଠାରୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ
Samaya Live Picture
Published On

ପୁରୀ : ଆଉ ଦିନ ଦି’ଟା ଆରମ୍ଭ ହେଉଛି କାର୍ତ୍ତିକ ମାସ । ବ୍ରତଧାରୀ ମାନେ ପୁରୀ ଅଭିମୁଖେ ବାହାରିଲେଣି । ଆସନ୍ତା ୭ ତାରିଖରୁ ହବିଷ ବ୍ରତ ହେବାକୁ ଥିବାବେଳେ ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ ହୋଇଛି। କାର୍ତ୍ତିକ ମାସରେ ଶ୍ରୀଜୀଉଙ୍କ ରାଧା ଦାମୋଦର ବେଶ ହୋଇଥାଏ। ଏହି ବେଶ ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ। ଏହି ବେଶରେ ଫୁଲ ନିର୍ମିତ ଗୁଣା, ଚିତା ଓ ଅଧରମାଳା ସହ ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାର ଠାକୁର ମାନଙ୍କୁ ଲାଗି କରାଯାଇଥାଏ। ଏଥିସହ ଶ୍ରୀଜଗନ୍ନାଥ ଓ ବଳଭଦ୍ର ତ୍ରିକଚ୍ଛ ପରିଧାନ କରିବା ସହ ଦୁଇ ହସ୍ତରେ ସୁବର୍ଣ୍ଣ ନଳୀ ଧାରଣା କରିଥାନ୍ତି। ଏହି ବେଶ ସମୟରେ ମହାପ୍ରଭୁଙ୍କୁ ଏକ ବିଶେଷ ଭୋଗ ଲାଗିଥାଏ ଯାହା ବାଳଧୂପ ନାମରେ ପରିଚିତ। ଏକ ମାସ ଧରି ସ୍ବତନ୍ତ୍ର ବାଳଧୂପ ଏବଂ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ। ସକାଳ ଧୂପ ପରେ ବାଳଧୂପ ନୀତିରେ ସାଧାରଣତଃ କୋରା, ଦୋଭଜା, ଲିଆ, ଅଦା,ଖଇ, ନଡିଆ, ଖୁଦ, ଚାଉଳିଆ, ସେଓ, କମଳା, କଦଳୀ, କାକୁଡ଼ି , ପଇଡ଼ ଆଦି ଭୋଗ ହୋଇଥାଏ।

ସେପଟେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ ହୋଇଥିବାରୁ ଠାକୁରଙ୍କ ଶୃଙ୍ଖଳିତ ନୀତିକାନ୍ତି ଓ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏନେଇ ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ୨୫୦୦ ହବିଷ୍ୟାଳୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି । ହବିଷ୍ୟାଳୀ ଶିବିରରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଛି । ପାନୀୟ ଜଳ, ଆଲୋକୀକରଣ ସହିତ ଅନ୍ୟାନ୍ୟ ଆନୁଷଙ୍ଗୀକ ବ୍ୟବସ୍ଥା କରାଯାଉଛି । ଠାକୁରଙ୍କର ଶୃଙ୍ଖଳିତ ନୀତିକାନ୍ତି ଓ ହବିଷ୍ୟାଳୀଙ୍କର ସୁବିଧା, ଶୃଙ୍ଖଳିତ ଦର୍ଶନ ନେଇ ବୈଠକରେ ଆଲୋଚନା ହୋଇଛି । ପୁରୀ ଏସ୍‌ପି ପ୍ରତୀକ ସିଂଙ୍କ ସହ ନୀତି ପ୍ରଶାସକ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

Tags: