ଆଜିଠାରୁ କାର୍ତ୍ତିକନୀତି ଆରମ୍ଭ ,୧୮ରୁ ରାଇ ଦାମୋଦର ବ୍ରତ

ପୁରୀ : ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ଆଶ୍ଵିନ ମାସ ଶୁକ୍ଳପକ୍ଷ ଏକାଦଶୀ ଠାରୁ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଏହି ସ୍ଵତନ୍ତ୍ର ନୀତି ଚାଲିବ। ଏହାସହିତ ବୁଧବାର ଶ୍ରୀଜିଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ। […]

Samaya Live Picture
Published On

ପୁରୀ : ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ଆଶ୍ଵିନ ମାସ ଶୁକ୍ଳପକ୍ଷ ଏକାଦଶୀ ଠାରୁ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଏହି ସ୍ଵତନ୍ତ୍ର ନୀତି ଚାଲିବ। ଏହାସହିତ ବୁଧବାର ଶ୍ରୀଜିଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କର ବନକ ଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସେପଟେ ଚଳିତ ମାସ ୧୮ ତାରିଖରୁ ଆରମ୍ଭ ହେବ କାର୍ତ୍ତିକ ମାସର ରାଈ ଦାମୋଦର ବ୍ରତ ବା ହବିଷ୍ୟାଳୀ ବ୍ରତ। ମା’ମାନେ ଏକମାସ ଧରି ୪ ଗୋଟି ହବିଷ୍ୟାଳୀ ନିବାସ ଯଥା ବୃନ୍ଦାବତୀ ନିବାସ, ଅକ୍ଷୟ ପାତ୍ର, ବାଗେଲା ଧର୍ମଶାଳା ଓ ମୋଚିସାହି କଲ୍ୟାଣ ମଣ୍ଡପରେ ରହି ବ୍ରତ ପାଳନ କରିବେ। ମା’ମାନଙ୍କର ରହଣି ସୁବିଧା ସହ ଅନ୍ୟାନ୍ୟ ସମସ୍ତ ବ୍ୟବସ୍ଥା ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପରାମର୍ଶ ଦେଇଛନ୍ତି। ଏ ସମ୍ପର୍କରେ ଶେଷ ପ୍ରସ୍ତୁତି ବୈଠକ ଶେଷ ହୋଇଛି। ଜିଲ୍ଲାପାଳ ଶ୍ରୀ ସ୍ବାଇଁ ଏଥିରେ ଅଧ୍ୟକ୍ଷତା କରିବା ସହ ରହଣି ବ୍ୟବସ୍ଥା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ, ସଂଧ୍ୟାରେ ଭଜନ, ପ୍ରବଚନ ଇତ୍ୟାଦିର ସୁବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଥିଲେ।

Tags: