ଆଜି ଶ୍ରୀ ମନ୍ଦିରରେ ପାଳିତ ହେବ ଖଳିଲାଗି ଏକାଦଶୀ ନୀତି

ପୁରୀ : ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଥିବା ମହାପ୍ରଭୁ ଧୀରେଧୀରେ ହେଉଛନ୍ତି ସୁସ୍ଥ । ପଞ୍ଚମୀରେ ଫୁଲୁରି ତେଲ ଲାଗି ପରେ ଷଷ୍ଠୀରୁ ନବମୀ ଧରି ଶ୍ରୀଅଙ୍ଗରେ ଓଷ ଲାଗି ପରେ ଧିରେଧିରେ ଜ୍ୱରରୁ ଉପଶମ ହୋଇଛନ୍ତି ମହାପ୍ରଭୁ ।ଆଜି ଅଣସର ଏକାଦଶୀରେ ଦଶମୂଳମୋଦକ ଲାଗି ହେବା ପରେ ଶ୍ରୀବିଗ୍ରହ ସମ୍ପୂର୍ଣ୍ଣ ସୁସ୍ଥ ହେବେ। ଗତକାଲି ରାଜବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ମୋଦକ ଶ୍ରୀମନ୍ଦିର ଗାରଦରେ ଦାଖଲ ହେବାପରେ ଆଜି ଏହାକୁ ସେବନ କରି ମହାପ୍ରଭୁ […]

ଆଜି ଶ୍ରୀ ମନ୍ଦିରରେ ପାଳିତ ହେବ ଖଳିଲାଗି ଏକାଦଶୀ ନୀତି
Samaya Live Picture
Published On

ପୁରୀ : ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଥିବା ମହାପ୍ରଭୁ ଧୀରେଧୀରେ ହେଉଛନ୍ତି ସୁସ୍ଥ । ପଞ୍ଚମୀରେ ଫୁଲୁରି ତେଲ ଲାଗି ପରେ ଷଷ୍ଠୀରୁ ନବମୀ ଧରି ଶ୍ରୀଅଙ୍ଗରେ ଓଷ ଲାଗି ପରେ ଧିରେଧିରେ ଜ୍ୱରରୁ ଉପଶମ ହୋଇଛନ୍ତି ମହାପ୍ରଭୁ ।ଆଜି ଅଣସର ଏକାଦଶୀରେ ଦଶମୂଳମୋଦକ ଲାଗି ହେବା ପରେ ଶ୍ରୀବିଗ୍ରହ ସମ୍ପୂର୍ଣ୍ଣ ସୁସ୍ଥ ହେବେ। ଗତକାଲି ରାଜବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ମୋଦକ ଶ୍ରୀମନ୍ଦିର ଗାରଦରେ ଦାଖଲ ହେବାପରେ ଆଜି ଏହାକୁ ସେବନ କରି ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ । ସ୍ନାନ ପୂର୍ଣ୍ଣିମା ଠାରୁ ଅଣସର ଘରେ ଅସୁସ୍ଥ ଥିବା ଚତୁର୍ଦ୍ଧାମୂର୍ତ୍ତୀ ଦଶମୀ ତିଥିରେ ଶଯ୍ୟା ଛାଡି ଅଣସର ଘରେ ଚକାରେ ବିଜେ ହୋଇଛନ୍ତି ଶ୍ରୀବିଗ୍ରହ ।

ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଓଷ ଲାଗି ପରେ ଧିରେ ଧିରେ ଜ୍ୱରରୁ ଉପଶମ ହୋଇଛନ୍ତି । ଦୀର୍ଘ ୯ ଦିନ ଜ୍ୱରରେ ପୀଡିତ ହୋଇ ଅଣସର ପିଣ୍ଡିରେ ବିଶ୍ରାମ ନେଉଥିବା ଶ୍ରୀଜୀଉ ଉଠି ବସିଛନ୍ତି । ଆଜି ଖଳିଲାଗି ଏକାଦଶୀରେ ଠାକୁରମାନଙ୍କୁ ଖଳି ଲାଗି କରାଯିବ ।

ଦଇତା ଓ ପତିମହାପାତ୍ର ତିନି ବାଡରେ ଶ୍ରୀଅଙ୍ଗରେ ଚନ୍ଦନ ଲେପନ କରିବେ । ଚନ୍ଦନରେ କର୍ପୂର, କେଶର ଓ ଆବଶ୍ୟକ ପରିମାଣର କସ୍ତୁରୀ ମିଶାଯାଇ ଶ୍ରୀବିଗ୍ରହ ମାନଙ୍କୁ ଲାଗି କରାଯିବାର ବିଧି ରହିଛି । ମହାପ୍ରଭୁ ବାରଲାଗି ପାଟ ପରିଧାନ କରିବେ । ଏକାଦଶୀ ତିଥିର ପୂର୍ବରୁ ବିନା ତୁଳସୀରେ ଧଳା ଫୁଲରେ ପୂଜା ପାଉଥିବା ମହାପ୍ରଭୁଙ୍କୁ ଆଜିଠାରୁ ତୁଳସୀ ଲାଗି ହେବାର ବିଧି ରହିଛି । ତୁଳସୀ ଲାଗି କରିବା ପରେ ମହାପ୍ରଭୁଙ୍କୁ ଦଶମୂଳ ଲାଗି କରାଯିବ । ଏହାପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ ।

ଅନ୍ୟପଟେ ମହାପ୍ରଭୁ ଜ୍ୱରରେ କମ୍ପୁ ଥିବାରୁ ଭୋଗଲାଗି ସମୟରେ ଘଂଟ ବାଜିବା ବନ୍ଦ ରହିଥାଏ । ଖଳି ଲାଗି ସମୟରେ ଘଂଟ ଓ କାହାଳୀ ବଜାଇ ଶ୍ରୀଜୀଉମାନେ ସୁସ୍ଥ ହେଉଥିବା ବାର୍ତ୍ତା ଭକ୍ତଙ୍କୁ ଜଣାଇବେ । ଏକାଦଶୀ ତିଥିରେ ଦଶମୂଳମୋଦକ ସେବନ ପରେ, ଦ୍ୱାଦଶୀ ତିଥିରେ ଦଇତାପତି ମାନେ ଶ୍ରୀନଅରକୁ ଯାଇ ମହାପ୍ରଭୁଙ୍କ ସୁସ୍ଥତା ଖବର ଗଜପତି ମହାରାଜଙ୍କୁ ଦେବାର ପରମ୍ପରା ରହିଛି ।

Tags: