ଜାଣନ୍ତୁ କ’ଣ ଥିଲା ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ଶେଷ ଇଚ୍ଛା
କଟକ : ପ୍ରଖ୍ୟାତ ସାହିତ୍ୟିକ ତଥା ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କବି ପଦ୍ମଶ୍ରୀ ଡକ୍ଟର ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ ଆଜି ମଧ୍ୟାହ୍ନ ୧୨ଟାରେ କରାଯିବ। ଖାନନଗର ବିଦ୍ୟୁତ୍ ଚୁଲାରେ ତାଙ୍କର ସତ୍କାର ହେବ। ତେବେ ପରଲୋକ ପୂର୍ବରୁ ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ର ଲେଖି ଯାଇଛନ୍ତି ମୋ’ ଶେଷ ଇଚ୍ଛା। ଯେଉଁଥିରେ ସେ ୩ଟି କଥା ଲେଖିଛନ୍ତି। ଇଂରାଜୀରେ ଲେଖାଥିବା ମାଇଁ ଲାଷ୍ଟ ଉଇସରେ ଲେଖାଯାଇଛି, ମୋ’ ମରଶରୀରକୁ ଖାନନଗର ବିଦ୍ୟୁତ ଚୁଲାରେ ଦାହ କରିବ। ଏହାକୁ କେବେ […]
କଟକ : ପ୍ରଖ୍ୟାତ ସାହିତ୍ୟିକ ତଥା ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କବି ପଦ୍ମଶ୍ରୀ ଡକ୍ଟର ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ ଆଜି ମଧ୍ୟାହ୍ନ ୧୨ଟାରେ କରାଯିବ। ଖାନନଗର ବିଦ୍ୟୁତ୍ ଚୁଲାରେ ତାଙ୍କର ସତ୍କାର ହେବ। ତେବେ ପରଲୋକ ପୂର୍ବରୁ ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ର ଲେଖି ଯାଇଛନ୍ତି ମୋ’ ଶେଷ ଇଚ୍ଛା। ଯେଉଁଥିରେ ସେ ୩ଟି କଥା ଲେଖିଛନ୍ତି। ଇଂରାଜୀରେ ଲେଖାଥିବା ମାଇଁ ଲାଷ୍ଟ ଉଇସରେ ଲେଖାଯାଇଛି, ମୋ’ ମରଶରୀରକୁ ଖାନନଗର ବିଦ୍ୟୁତ ଚୁଲାରେ ଦାହ କରିବ। ଏହାକୁ କେବେ ହେଲେ ପୋତିବ ନାହିଁ। ମୃତ୍ୟୁ ସମୟରେ ଉପସ୍ଥିତ ବନ୍ଧୁ, ଶୁଭେଚ୍ଛୁମାନଙ୍କ ଗହଣରେ ମୃତଦେହକୁ ଭ୍ୟାନ୍ କିମ୍ୱା ଆମ୍ବୁଲାନ୍ସରେ ନେଇ ଯଥାଶୀଘ୍ର ଦାହ କରିବ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ପ୍ରଶାସନ ପକ୍ଷରୁ ଏନେଇ ପଦକ୍ଷେପ ଗ୍ରହଣ କରାଯାଇଛି।

ଏହା ସହ ୩୫ ବର୍ଷ ଧରି ସେବା କରି ଆସୁଥିବା ଶ୍ରୀମତୀ ଜେ. ସରୋଜିନୀଙ୍କୁ ଘର ପାଖରେ ୨୦ ଫୁଟରେ ୨୦ ଫୁଟର ଜମି ଦେବାକୁ ଚିଠିରେ ଉଲ୍ଲେଖ ରହିଛି। ପତ୍ନୀ ଜ୍ୟୋତ୍ସ୍ନା ମହାପାତ୍ର ଓ ପୁଅ ମୋହନ ମହାପାତ୍ର ଓ ମୁଁ ଏ ସଂପର୍କରେ ନିଷ୍ପତ୍ତି ନେଇଛନ୍ତି । ଶେଷରେ ସମସ୍ତ ଚିଠିପତ୍ର, ଦସ୍ତାବିଜ, ଅସଂପୂର୍ଣ୍ଣ ପାଣ୍ଡୁଲିପିକୁ ମୃତ୍ୟୁ ପରେ ପୋତି ଦେବାକୁ ଚିଠିରେ ଲେଖାଯାଇଛି ।
ଡ.ଜୟନ୍ତ ମହାପାତ୍ର ୧୯୨୮ ଅକ୍ଟୋବର ୨୨ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ। ସେ କଟକସ୍ଥିତ ଷ୍ଟିୱାର୍ଟ ସ୍କୁଲରେ ପାଠ ପଢ଼ିଥିଲେ। ବିହାରର ପାଟଣା ବିଶ୍ବବିଦ୍ୟାଳୟରେ ସେ ପଦାର୍ଥ ବିଜ୍ଞାନରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ। ୧୯୪୯ ମସିହାଠାରୁ ରାଜ୍ୟ ସରକାରଙ୍କ ବିଭିନ୍ନ କଲେଜ (ସମ୍ବଲପୁରସ୍ଥିତ ଗଂଗାଧର ମେହେର କଲେଜ, ଭୁବନେଶ୍ବରସ୍ଥିତ ବିଜେବି କଲେଜ, ବାଲେଶ୍ବରସ୍ଥିତ ଫକୀର ମୋହନ କଲେଜ ଓ କଟକସ୍ଥିତ ରେଭେନ୍ସା କଲେଜ)ରେ ପଦାର୍ଥ ବିଜ୍ଞାନ ଅଧ୍ୟାପକ ଥିଲେ। ୧୯୮୬ ମସିହାରେ ସେ ବର୍ତ୍ତମାନର ଶୈଳବାଳା ବିଶ୍ବବିଦ୍ୟାଳୟରୁ ଅବସର ନେଇଥିଲେ। ୧୯୬୦ ମସିହା ପରେ ସେ ଲେଖକୀୟ ଜୀବନ ଆରମ୍ଭ କରିଥିଲେ। ଉଭୟ ଇଂରାଜୀ ଓ ଓଡ଼ିଆ ସାହିତ୍ୟରେ ତାଙ୍କର ଅପରିସୀମ ଦକ୍ଷତା ଥିଲା। ଇଂରାଜୀ କବିତା ପାଇଁ ସେ ପ୍ରଥମ ଭାରତୀୟ କବି ଭାବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣ କରିଥିଲେ। ୨୦୦୯ରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ଉପାଧୀ ପ୍ରଦାନ କରିଥିଲେ।




