ଆଜି ଶ୍ରୀମନ୍ଦିରରେ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ I ଏହି ବେଶରେ ଜଗନ୍ନାଥଙ୍କୁ କୃଷ୍ଣ ଓ ଶ୍ରୀ ବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ I ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନ ଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରିବେ I ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କର କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ I ଉଭୟ କୃଷ୍ଣ ଏବଂ ବଳରାମ କାଷ୍ଠ ନିର୍ମିତ […]

Samaya Live Picture
Published On

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ I ଏହି ବେଶରେ ଜଗନ୍ନାଥଙ୍କୁ କୃଷ୍ଣ ଓ ଶ୍ରୀ ବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ I ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନ ଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରିବେ I
ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କର କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ I ଉଭୟ କୃଷ୍ଣ ଏବଂ ବଳରାମ କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି I ଜଗନ୍ନାଥଙ୍କ ଗୋଟିଏ ହସ୍ତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଶୋଭାପାଏ I ବଳରାମଙ୍କ ଡାହାଣ ହସ୍ତରେ ଶିଙ୍ଘ ଓ ବାମ ହସ୍ତରେ ପଦ୍ମ ଫୁଲ ଶୋଭାପାଏ I କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ I ଏହି ବେଶରେ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥାନ୍ତି I ସେହି ପାଗ ଦ୍ୱୟ କିରୀଟଯୁକ୍ତ ହୋଇଥାଏ I ରତ୍ନ ସିଂହାସନ ଉପରେ ଖଞ୍ଜାଯାଇଥିବା ଏକ କ୍ଷୁଦ୍ରକାଷ୍ଠ ନିର୍ମିତ ତଥା ଜରି ଜମ୍ବୁରାରେ ଆଚ୍ଛାଦିତ ସିଂହାସନରେ ଚକାମୁଣ୍ଡି ପକାଇ ପ୍ରଭୁ ପଦ୍ମାସନରେ ଉପନିବେଶ କରିଥାନ୍ତି I ବାଙ୍କଚୂଳ କିରୀଟ ଉପରେ ପତ୍ରଲଗା କଦମ୍ବ ଫୁଲ ଶୋଭାପାଏ I
ସୁଭଦ୍ରାଙ୍କ ମସ୍ତକରେ ମଧ୍ୟ ଏକ କିରୀଟ ଶୋଭାପାଏ I ଶ୍ରୀ ବଳଭଦ୍ର ଓ ଶ୍ରୀ ଜଗନ୍ନାଥଙ୍କ ଦୁଇ ପାର୍ଶ୍ୱରେ ନନ୍ଦ, ଉପନନ୍ଦ, ବସୁଦେବ, ଗୋପାଳ ବାଳକମାନେ, ଗୋପୀ, ବ୍ରହ୍ମା, ସହସ୍ର ଚକ୍ଷୁ ଇନ୍ଦ୍ର, ନାରଦ, ରୋହିଣୀ ଓ ଯଶୋଦାଙ୍କୁ ଦଣ୍ଡାୟମାନ ଭଙ୍ଗୀରେ ରଖାଯାଏ I ଠାକୁରଙ୍କ ଆଗରେ ଚାରିଗୋଟି ଗାଈ ଦଣ୍ଡାୟମାନ ଭଙ୍ଗୀରେ ଠିଆ ହୋଇଥାନ୍ତି I ଦ୍ୱିପହର ଧୂପ ପରେ ଏହି ବେଶ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହିଥାଏ I ଏହି ବେଶରେ ଖିରି ଓ ଅମାଲୁ ଭୋଗ ମଧ୍ୟ ଲାଗିଥାଏ I

Tags: