ଓଡିଶା ଜଙ୍ଗଲରେ ହାତୀଙ୍କ ପାଇଁ ଜାଗା ନିଅଣ୍ଟ – ପିସିସିଏଫ

ଭୁବନେଶ୍ବର: ନଭେମ୍ବର ୧୪ ଓ ୧୫ ଦୁଇ ଦିନ ଧରି ରାଜ୍ୟରେ ଚାଲିବ ହାତୀ ଗଣନା । ଏବେ ହାତୀଙ୍କ ଗତିବିଧି ଉପରେ ନଜର ରଖାଯାଇଛି । ବର୍ତ୍ତମାନ ରାଜ୍ୟକୁ ଆସୁଛନ୍ତି ଝାଡ଼ଖଣ୍ଡି ଓ ଛତିଶଗଡି ହାତୀ । ପୂର୍ଣ୍ଣମୀ ରାତିରେ ସେମାନଙ୍କର ଫଟୋ ଓ ଭିଡ଼ିଓ ଉତ୍ତୋଳନ କରି ସେମାନଙ୍କ ଗଣନା କରାଯିବା ପରେ ରାଜ୍ୟରେ ବାସ୍ତବ ସଂଖ୍ୟାରେ କେତେ ହାତୀ ଅଛନ୍ତି ତାହା ଜଣାପଡିବ । ଏନେଇ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ […]

Samaya Live Picture
Published On

ଭୁବନେଶ୍ବର: ନଭେମ୍ବର ୧୪ ଓ ୧୫ ଦୁଇ ଦିନ ଧରି ରାଜ୍ୟରେ ଚାଲିବ ହାତୀ ଗଣନା । ଏବେ ହାତୀଙ୍କ ଗତିବିଧି ଉପରେ ନଜର ରଖାଯାଇଛି । ବର୍ତ୍ତମାନ ରାଜ୍ୟକୁ ଆସୁଛନ୍ତି ଝାଡ଼ଖଣ୍ଡି ଓ ଛତିଶଗଡି ହାତୀ । ପୂର୍ଣ୍ଣମୀ ରାତିରେ ସେମାନଙ୍କର ଫଟୋ ଓ ଭିଡ଼ିଓ ଉତ୍ତୋଳନ କରି ସେମାନଙ୍କ ଗଣନା କରାଯିବା ପରେ ରାଜ୍ୟରେ ବାସ୍ତବ ସଂଖ୍ୟାରେ କେତେ ହାତୀ ଅଛନ୍ତି ତାହା ଜଣାପଡିବ । ଏନେଇ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ।

ଅନ୍ୟପଟେ ରାଜ୍ୟରେ ହାତୀ ମୃତ୍ୟୁ ତଦନ୍ତ ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପ୍ରତିକ୍ରିୟା ରଖିଛନ୍ତି ପିସିସିଏଫ୍ । ସେ କହିଛନ୍ତି ଓଡ଼ିଶାରେ ହାତୀଙ୍କ ପାଇଁ ଜାଗା ଅଭାବ। ଯେତିକି ହାତୀ ରହି ପାରିବା କଥା ତାହାଠୁ ୪୦୦ ଅଧିକ ଅଛନ୍ତି। ଅର୍ଥାତ ଓଡ଼ିଶା ଜଙ୍ଗଲରେ ସର୍ବାଧିକ ୧୭୦୦ ହାତୀ ରହିବା ବଦଳରେ ଆଉ ଅଧିକା ୪୦୦ ହାତୀ ଅର୍ଥାତ୍ ୨୧ ଶହ ହାତୀ ଅଛନ୍ତି । ସେଇଥିପାଇଁ ଖାଦ୍ୟ ଅନ୍ୱେଷଣ ରେ ଜନବସତିମୁହାଁ ହେଉଛନ୍ତି ହାତୀ । ହାତୀ- ମଣିଷ ଲଢ଼େଇ ବଢ଼ୁଛି । ଖାଦ୍ୟ ଅଭାବରୁ ହାତୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବି କମୁଛି । ଛୁଆ ହାତୀ, ରୋଗିଣା ହାତୀ ଅଧିକ ମୃତ୍ୟୁ ମୁହଁରେ ପଡ଼ୁଛନ୍ତି । ଏହାବାଦ ବିଦ୍ୟୁତ୍ ଆଘାତ ଓ ଟ୍ରେନ୍ ଦୁର୍ଘଟଣାରେ ମଧ୍ୟ ହାତୀଙ୍କ ଜୀବନ ଯାଉଛି। ଭୁଲ ବୁଝାମଣା ପାଇଁ ରାଉରକେଲା ଓ ମେରାମଣ୍ଡଳିରେ ଟ୍ରେନ ଦୁର୍ଘଟଣାରେ ହାତୀଙ୍କ ଜୀବନ ଯାଇଥିଲା । ଓଡ଼ିଶା ଜଙ୍ଗଲରେ ଅଧିକ ହାତୀ ଥିବାରୁ ବିଶେଷଜ୍ଞଙ୍କ ପରାମର୍ଶରେ କିଛି ହାତୀ ଶିମିଳିପାଳ ସ୍ଥାନାନ୍ତର ପାଇଁ ଯୋଜନା ଚାଲିଛି । ସ୍ଥାନାନ୍ତର ପୂର୍ବରୁ ସ୍ଥାନୀୟ ବାସିନ୍ଦା ଓ ଜନ ପ୍ରତିନିଧିଙ୍କ ସହ ଆଲୋଚନା କରାଯିବ ।

ନରସିଂହପୁରରେ ତୀର ମାଡ଼ରେ ଆହତ ହାତୀ ଏବେ ସୁସ୍ଥ ଅଛି । ହାତୀ ଶରୀରରେ ୪ଟି ତୀର ଲାଗିଥିଲା । ଶିକାର ଉଦ୍ଦେଶ୍ୟରେ ନୁହେଁ, ଫସଲ ବଞ୍ଚାଇବାକୁ ତୀର ମାରି ହାତୀ ଘଉଡ଼ାଇଥିଲେ ସ୍ଥାନୀୟ ଲୋକେ । ସେହିପରି ଚିଲିକା ନଳବଣକୁ ଆସିଲେଣି ବିଦେଶୀ ପକ୍ଷୀ । ଡିସେମ୍ବର ୨୫ରୁ ଚିଲିକା ନଳବଣରେ ହେବ ପକ୍ଷୀ ଗଣନା କରାଯିବି ବୋଲି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ କହିଛନ୍ତି।

Tags: