ଆଜି ମହାପ୍ରଭୁଙ୍କର ଲକ୍ଷ୍ମୀନୃସିଂହ ବେଶ

ପୁରୀ : ଆଜି ପଞ୍ଚୁକର ତୃତୀୟ ଦିବସ ତଥା ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ଲକ୍ଷ୍ମୀ ନୃସିଂହ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଏହି ବେଶ କରିଥାନ୍ତି। ଏହି ବେଶରେ ମହାପ୍ରଭୁ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ […]

ଆଜି ମହାପ୍ରଭୁଙ୍କର ଲକ୍ଷ୍ମୀନୃସିଂହ ବେଶ
Samaya Live Picture
Published On

ପୁରୀ : ଆଜି ପଞ୍ଚୁକର ତୃତୀୟ ଦିବସ ତଥା ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ଲକ୍ଷ୍ମୀ ନୃସିଂହ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଏହି ବେଶ କରିଥାନ୍ତି। ଏହି ବେଶରେ ମହାପ୍ରଭୁ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ ଧାରଣ କରିଥାନ୍ତି। ପ୍ରଭୁ ବଳଭଦ୍ର ମଧ୍ୟ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ହଳମୂଷଳ ଧାରଣ କରିଥାନ୍ତି।

ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପ୍ରଭୁ ବଳଭଦ୍ର ମସ୍ତକରେ ଯେଉଁ ଚୂଳ ଧାରଣ କରିଥାନ୍ତି ସେଥିରେ ସୁବର୍ଣ୍ଣର କିଆ ଗୁଡ଼ିକ ଆଡ଼ ବାଗିଆ ଲଗାଯାଇଥାଏ। ତେଣୁ ଏହି ବେଶକୁ ଡ଼ାଳିକିଆ ବେଶ ମଧ୍ୟ କୁହାଯାଏ। ବୁଧବାର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବାକୁ ଥିବା ବେଳେ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଚୁଡାନ୍ତ ହୋଇଛି। ମହାପ୍ରଭୁଙ୍କ ଏହି ଦୁର୍ଲଭ ସୁନାବେଶ ଦର୍ଶନ କରିବା ପାଇଁ ଭକ୍ତମାନେ ବେଶ୍ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି।

ସେପଟେ ପବିତ୍ର ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି । ପଞ୍ଚୁକରେ କେବଳ ସିଂହଦ୍ଵାର ଦେଇ ଭକ୍ତଙ୍କ ପ୍ରବେଶ ଅନୁମତି ଥିବାବେଳେ ଅନ୍ୟ ୩ ଦ୍ଵାର ପ୍ରସ୍ଥାନ ବ୍ୟବସ୍ଥା ହୋଇଛି । ଅଥଚ ରବିବାର ସନ୍ଧ୍ୟାରେ ଉତ୍ତର ଦ୍ଵାରରେ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଥିଲା ।

Tags: