୨୪ ଘଣ୍ଟାରେ ରାଜ୍ୟରେ ୬୯୫ କରୋନା ସଂକ୍ରମିତ ଏବଂ ୭୧୯ ସୁସ୍ଥ

ଭୁବନେଶ୍ୱର: ସେପ୍‌ଟେମ୍ବର ୧୮ : ଆଜି ରାଜ୍ୟରେ ୬୫, ୫୧୨ ସ୍ୱାବ ଟେଷ୍ଟ ମଧ୍ୟରୁ ୬୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୩ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୯୪ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୧୯ ହଜାର ୬୨୧ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି […]

Samaya Live Picture
Published On

ଭୁବନେଶ୍ୱର: ସେପ୍‌ଟେମ୍ବର ୧୮ : ଆଜି ରାଜ୍ୟରେ ୬୫, ୫୧୨ ସ୍ୱାବ ଟେଷ୍ଟ ମଧ୍ୟରୁ ୬୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୩ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୯୪ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୧୯ ହଜାର ୬୨୧ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୭୧୯ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୫ ହଜାର ୫୬୪ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୮୭୬ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୨୮ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।