ସକ୍ରିୟ ହେଲା ଲଘୁଚାପ,୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର : ପ୍ରବଳ ବର୍ଷାରେ ଧୋଇଯିବ ପାର୍ବଣ ମଉଜ । ପଛକୁ ପଛ ଲାଗିରହିଛି ଲଘୁଚାପ । ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ ଆସି ମୁହଁ ଦେଖେଇଲାଣି । ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହେବା ଫଳରେ ଏଥର ଫିକା ପଡିବପୂଜା ବଜାର । ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ସଂଲଗ୍ନବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ପୂର୍ବରୁ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହେବ । ଏହା […]

ସକ୍ରିୟ ହେଲା ଲଘୁଚାପ,୪ ଦିନ ପ୍ରବଳ ବର୍ଷା
Samaya Live Picture
Published On

ଭୁବନେଶ୍ୱର : ପ୍ରବଳ ବର୍ଷାରେ ଧୋଇଯିବ ପାର୍ବଣ ମଉଜ । ପଛକୁ ପଛ ଲାଗିରହିଛି ଲଘୁଚାପ । ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ ଆସି ମୁହଁ ଦେଖେଇଲାଣି । ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହେବା ଫଳରେ ଏଥର ଫିକା ପଡିବପୂଜା ବଜାର । ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ସଂଲଗ୍ନବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ପୂର୍ବରୁ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହେବ । ଏହା ଶନିବାର ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ । ଦୁଇଟି ଲଘୁଚାପ ହେଉଥିବାରୁ ରାଜ୍ୟରେ ପ୍ରବଳ ବର୍ଷା ହେଉଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଲଘୁଚାପ ପ୍ରଭାବରେ ୨୮ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଶୁକ୍ରବାର ମାଲକାନଗିରି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି । କିନ୍ତୁ ସମସ୍ତ ସ୍କୁଲର ପ୍ରଧାନଶିକ୍ଷକ ଶିକ୍ଷୟିତ୍ରୀ,କର୍ମଚାରୀ ଉପସ୍ଥିତ ରହିବେ।

ସେହିପରି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ସମସ୍ତ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଜିଲ୍ଲାରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି। ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ବାରଣ କରାଯାଇଛି। ଅନ୍ୟପଟେ ଆଜି ସକାଳେ ଟୁଇନ ସିଟି ସମେତ ରାଜ୍ୟର ଅନ୍ୟ ପ୍ରମୁଖ ଜିଲାରେ ବର୍ଷା ଲାଗି ରହିଛି ।

Tags: