ଲଘୁଚାପ ସକ୍ରିୟ,ଆଗାମୀ ୧୨ ଘଣ୍ଟାରେ ଅବପାତ
ଭୁବନେଶ୍ୱର : ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ବେଳେ ଶୁକ୍ରବାର ସକାଳୁ କିଛିସ୍ଥାନରେ ବର୍ଷା ହୋଇଛି। ଆଜି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ଦିନ ଧରି ପାଗ କୋହୋଲା ରହିବା ସାଙ୍ଗକୁ ଶୀତ […]
ଭୁବନେଶ୍ୱର : ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ବେଳେ ଶୁକ୍ରବାର ସକାଳୁ କିଛିସ୍ଥାନରେ ବର୍ଷା ହୋଇଛି। ଆଜି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ଦିନ ଧରି ପାଗ କୋହୋଲା ରହିବା ସାଙ୍ଗକୁ ଶୀତ ସାମାନ୍ୟ ହାସ ପାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ୟପଟେ ଅଦିନରେ ବର୍ଷାକୁ ନେଇ ଚିନ୍ତାରେ ଚାଷୀକୁଳ I ଏବେ ଫସଲ ଅମଳ ସମୟ ଥିବାରୁ ଚାଷୀମାନେ ଧାନ କଟାରେ ବ୍ୟସ୍ତ I କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି ।




