ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ,୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହେବାର ସମ୍ଭାବନା ରହିଛି I ତେବେ ଗତକାଲି ଠାରୁ କେତେକ ଜିଲ୍ଲାରେ ଲାଗି ରହିଛି ବର୍ଷା। ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।ସେହିପରି ବେଳେ ୧୮ ଓ ୧୯ […]

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ,୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
Samaya Live Picture
Published On

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହେବାର ସମ୍ଭାବନା ରହିଛି I ତେବେ ଗତକାଲି ଠାରୁ କେତେକ ଜିଲ୍ଲାରେ ଲାଗି ରହିଛି ବର୍ଷା। ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।ସେହିପରି ବେଳେ ୧୮ ଓ ୧୯ ତାରିଖରେ କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ୧୮ରେ ମାଲକାନଗିରି, କୋରାପୁଟ ଏବଂ ୧୯ରେ କୋରାପୁଟ, କଳାହାଣ୍ଡିକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ ରୁ ୨୦ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Tags: