ସକ୍ରିୟ ରହିଛି ଲଘୁଚାପ,ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ସହ ଲଘୁଚାପ ଜନିତ ବର୍ଷା । ଲଗାଣ ବର୍ଷା ପାଇଁ ଉତ୍ତର ଓଡ଼ିଶାରେ ଉପୁଜିଛି ବନ୍ୟା ପରିସ୍ଥିତି । ଆସନ୍ତା ୨ ଦିନରେ ଲଘୁଚାପ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦିଗରେ ଗତି କରିବ। ଲଘୁଚାପ ପ୍ରଭାବରେ ୫ ଜୁଲାଇ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି । ବିଶେଷକରି ଉତ୍ତର […]

ସକ୍ରିୟ ରହିଛି ଲଘୁଚାପ,ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
Samaya Live Picture
Published On

ଭୁବନେଶ୍ୱର : ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ସହ ଲଘୁଚାପ ଜନିତ ବର୍ଷା । ଲଗାଣ ବର୍ଷା ପାଇଁ ଉତ୍ତର ଓଡ଼ିଶାରେ ଉପୁଜିଛି ବନ୍ୟା ପରିସ୍ଥିତି । ଆସନ୍ତା ୨ ଦିନରେ ଲଘୁଚାପ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦିଗରେ ଗତି କରିବ। ଲଘୁଚାପ ପ୍ରଭାବରେ ୫ ଜୁଲାଇ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି । ବିଶେଷକରି ଉତ୍ତର ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଜୁଲାଇ ୫ରୁ ବର୍ଷା ପରିମାଣ କମିବ। ହେଲେ ସମଗ୍ର ଜୁଲାଇ ମାସରେ ରାଜ୍ୟରେ ଭଲ ବର୍ଷା ସମ୍ଭାବନା ଅଛି । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ।

ପାଣିପାଗର ପୂର୍ବାନୁମାନ ଅନୁସାରେ , ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ମଙ୍ଗଳବାର ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁରରେ ପ୍ରବଳରୁ ପ୍ରବଳତର ବର୍ଷା ସହ ଘଡ଼ଘଡ଼ି ଏବଂ ୩୦-୪୦ କିମି ପବନ ବହିପାରେ ।

ଅନ୍ୟପକ୍ଷରେ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୋଳ, ଦେବଗଡ଼ ଜିଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଏବଂ ଢେଙ୍କାନାଳ ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜୁଲାଇ ୨ରେ ସୁନ୍ଦରଗଡ଼, ଝାରସୁଗୁଡାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ୩ ଜୁଲାଇରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅନ୍ୟାନ୍ୟ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ମୟୂରଭଞ୍ଜ,କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଥିବାରୁ ୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ନ ଯିବାକୁ ମସ୍ୟଜୀବୀଙ୍କୁ ସତର୍କ କରାଯାଇଛି।।

Tags: