ସକ୍ରିୟ ହେଲା ଲଘୁଚାପ ,ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ହେଲା ଲଘୁଚାପ I ଏହାର ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଜାରି ରହିଛି I ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ,୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୯ […]

Samaya Live Picture
Published On

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ହେଲା ଲଘୁଚାପ I ଏହାର ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଜାରି ରହିଛି I ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ,୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୯ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୨ ଜିଲ୍ଲାକୁ ଦିଆଯାଇଛି ୟେଲୋ ସତର୍କତା । କିଛି ସ୍ଥାନରେ ୭ରୁ ୨୦ ସେମି ଯାଏ ବର୍ଷା ସମ୍ଭାବନା ରହିଛି । ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ସହରାଞ୍ଚଳ ଓ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ । ଏଥିପାଇଁ ଲଘୁଚାପ ଓ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଂକୁ ଆଲର୍ଟ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ଆସନ୍ତାକାଲି ପାଇଁ ୫ agoradesign.it ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ମୌସୁମୀ ଋତୁରେ ଏଯାଏ ରାଜ୍ୟରେ ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ୧୧ ଜିଲ୍ଲାରେ ନିଅଣ୍ଟିଆ, ୧୮ରେ ସ୍ବାଭାବିକ ଓ ଗୋଟିଏ ଜିଲ୍ଲାରେ ଅଧିକ ବର୍ଷା ହୋଇଛି । ଚଳିତ ଲଘୁଚାପ ବର୍ଷା ନିଅଣ୍ଟିଆ ସ୍ଥିତିକୁ ଭରଣା କରିବ ବୋଲି ଆଶା କରାଯାଉଛି ।

Tags: