ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୮ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ I ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି I ଆଗାମୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ I ପଶ୍ଟିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି I ସୂଚନାଯୋଗ୍ୟ ,ଲଘୁଚାପ ନେଇ ଆଜି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି I ସେଗୁଡିକ ହେଉଛି କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ […]
ଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ I ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି I ଆଗାମୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ I ପଶ୍ଟିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି I
ସୂଚନାଯୋଗ୍ୟ ,ଲଘୁଚାପ ନେଇ ଆଜି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି I ସେଗୁଡିକ ହେଉଛି କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ ଓ ଗଞ୍ଜାମ I ଏହି ଜିଲ୍ଲାଗୁଡ଼ିକରେ ୭ରୁ ୨୦ ସେମି ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର I ରେଡ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ମାନଙ୍କରେ ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ ଫ୍ଲଡ ଏବଂ ଭୂସ୍ଖଳନ ସହ କଚ୍ଚା ଘର କ୍ଷତିଗ୍ରସ୍ତ ହେବାର ମଧ୍ୟ ଆଶଙ୍କା ରହିଛି I ତେଣୁ ପ୍ରବଳ ବର୍ଷା ହେବା ସମୟରେ ଗାଡିଚଳାଚଳ ପାଇଁ ବାରଣ କରାଯାଇଛି I ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି I ପ୍ରବଳ ବର୍ଷା ସମ୍ଭାବନା ଥିବା ୭ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ I ୧୫ ତାରିଖ ପରେ କମିବ ବର୍ଷାର ପରିମାଣ I




