ଲଘୁଚାପ ପ୍ରଭାବ : ଆଗାମୀ ୪ ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ବାଂଲାଦେଶ ମୁହାଁ ହୋଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବାଂଲାଦେଶ ଓ ଗାଙ୍ଗେୟ ଉପତ୍ୟକାରେ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଶନିବାର ଠାରୁ ୪ ଦିନ ଯାଏଁ ରାଜ୍ୟର ଉପକୂଳ ଅଞ୍ଚଳ ସହିତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି I ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲ୍ଲାରେ ପ୍ରବଳ […]

Samaya Live Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ବାଂଲାଦେଶ ମୁହାଁ ହୋଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବାଂଲାଦେଶ ଓ ଗାଙ୍ଗେୟ ଉପତ୍ୟକାରେ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଶନିବାର ଠାରୁ ୪ ଦିନ ଯାଏଁ ରାଜ୍ୟର ଉପକୂଳ ଅଞ୍ଚଳ ସହିତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି I ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର ଆଦି ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ପଶ୍ଚିମ ଓଡ଼ିଶା ଢେଙ୍କାନାଳ, ଅନୁଗୁଳ ଓ କୋରାପୁଟ ଆଦି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି । ଆସନ୍ତା ୩୧ ଯାଏଁ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବାର ପୂର୍ବାନୁମାନ କରାଯାଉଥିବାରୁ ମତ୍ସ୍ୟଜୀବୀଙ୍କୁ ବି ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି ।

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ଅନ୍ୟପଟେ ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଥିବାରୁ ରାଜ୍ୟର ଜଳଭଣ୍ଡାରଗୁଡିକ ଉଛୁଳିବାରେ ଲାଗିଛି। ଆସନ୍ତା ୨୮ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ଏଥିସହ ରାଜ୍ୟରେ ଆହୁରି ୫ଦିନ ବର୍ଷା ହେବାକୁ ଥିବାରୁ ମହାନଦୀ ସମେତ ବିଭିନ୍ନ ନଦୀରେ ବନ୍ୟା ଆସିବା ଆଶଙ୍କା ସୃଷ୍ଟି ହୋଇଛି।

Tags: