ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ,୩ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବାଂଲାଦେଶ ଉପକୂଳ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହେଲା ପୁଣି ଏକ ଘୂର୍ଣ୍ଣିବଳୟ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେବ। ଏହି ଅବପାତ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ମୁଖ୍ୟତଃ ବର୍ଷାର ପ୍ରଭାବ ଉତ୍ତର ଓଡ଼ିଶାରେ ଅଧିକ ରହିବାକୁ ଥିବା ବେଳେ ପର୍ଯ୍ୟାୟକ୍ରମେ କେନ୍ଦ୍ରୀୟ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ […]

Samaya Live Picture
Published On

ଭୁବନେଶ୍ୱର : ବାଂଲାଦେଶ ଉପକୂଳ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହେଲା ପୁଣି ଏକ ଘୂର୍ଣ୍ଣିବଳୟ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେବ। ଏହି ଅବପାତ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ମୁଖ୍ୟତଃ ବର୍ଷାର ପ୍ରଭାବ ଉତ୍ତର ଓଡ଼ିଶାରେ ଅଧିକ ରହିବାକୁ ଥିବା ବେଳେ ପର୍ଯ୍ୟାୟକ୍ରମେ କେନ୍ଦ୍ରୀୟ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ବର୍ଷା ହେବ।

ଲଘୁଚାପ ପ୍ରଭାବରେ ଆସନ୍ତା ୧୩ରୁ ୧୬ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ସେହିପରି ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ରାୟଗଡା ଏବଂ ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ୧୧ଟି ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଆସନ୍ତାକାଲି ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।

ସେହିପରି ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲା କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡକୁ ସତର୍କତା ଜାରି କରାଯାଇଛି। ଏହି ୩ଟି ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି। ଏଥି ସହିତ ପ୍ରବଳ ବର୍ଷା ନେଇ ଝାରସୁଗୁଡା, ସମ୍ବଲପୁର, ଦେବଗଡ, କୋରାପୁଟ, ନବରଙ୍ଗପୁର, ଯାଜପୁର, ବରଗଡ, ରାୟଗଡା, କଳାହାଣ୍ଡି ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଲଘୁଚାପ ନେଇ ଆଜି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା କରାଯାଇଛି।

Tags: