ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଘୁର୍ଣ୍ଣିବଳୟଟି ଲଘୁଚାପର ରୂପ ନେଇଛି I ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ଯାଏ ବର୍ଷା ହେବ । ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଉପକୂଳ, ଉତର ଏବଂ ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଂଚଳରେ ସେପ୍ଟେମ୍ବର ୧୯ ଏବଂ ୨୦ ତାରିଖରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପ୍ରବଳ ବର୍ଷା ନେଇ ଆଜି ୧୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ […]
ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଘୁର୍ଣ୍ଣିବଳୟଟି ଲଘୁଚାପର ରୂପ ନେଇଛି I ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ଯାଏ ବର୍ଷା ହେବ । ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଉପକୂଳ, ଉତର ଏବଂ ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଂଚଳରେ ସେପ୍ଟେମ୍ବର ୧୯ ଏବଂ ୨୦ ତାରିଖରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପ୍ରବଳ ବର୍ଷା ନେଇ ଆଜି ୧୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ସେପ୍ଟେମ୍ବର ୨୦ ତାରିଖ ରାତିରୁ ଏହା ଛତିଶଗଡ଼ ମୁହାଁ ହୋଇପାରେ ବୋଲିପାଣିପାଗ ସୂତ୍ରରୁ ଜଣାପଡିଛି I ସେହିପରି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ସେହିପରି ୨୧ ତାରିଖ ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ ।




