ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରେ ଧିରେ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ବାତ୍ୟାରେ ପରିଣତ ହୋଇ ୨୪ ତାରିଖରେ ଭୀଷଣ ବାତ୍ୟାର ପରିଣତ ହୋଇ ମଧ୍ୟରାତ୍ରିରେ ଉପକୂଳ ଅତିକ୍ରମ କରିବ । ଫଳରେ ୪ ଟି ଜିଲ୍ଲାରେ ଭୀଷଣ ବର୍ଷ ହେବାର ସମ୍ଭାବନା ରହିଛି I ମୟୁରଭଞ୍ଜ,ବାଲେଶ୍ୱର,ଭଦ୍ରକ ଏବଂ କେନ୍ଦ୍ରାପଡା ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । ବର୍ତ୍ତମାନ ଏହା ପାରାଦୀପ […]
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରେ ଧିରେ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ବାତ୍ୟାରେ ପରିଣତ ହୋଇ ୨୪ ତାରିଖରେ ଭୀଷଣ ବାତ୍ୟାର ପରିଣତ ହୋଇ ମଧ୍ୟରାତ୍ରିରେ ଉପକୂଳ ଅତିକ୍ରମ କରିବ । ଫଳରେ ୪ ଟି ଜିଲ୍ଲାରେ ଭୀଷଣ ବର୍ଷ ହେବାର ସମ୍ଭାବନା ରହିଛି I ମୟୁରଭଞ୍ଜ,ବାଲେଶ୍ୱର,ଭଦ୍ରକ ଏବଂ କେନ୍ଦ୍ରାପଡା ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । ବର୍ତ୍ତମାନ ଏହା ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୭୯ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଓ ବାଂଲାଦେଶ ଖେପୁପରା ଉପକୂଳରୁ ୭୪୦ କିଲୋମିଟର ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଥିବା ନେଇ ଆଂଚଳିକ ପାଣିପାଗ ନିର୍ଦେଶିକାଙ୍କ ସୂଚନା ରହିଛି ।
ବାତ୍ୟା ଦାନା ଭୀଷଣ ରୂପ ନେଇ ୨୪ ରାତି ଓ ୨୫ ସକାଳ ଭିତରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳର ପୁରୀରୁ ସାଗର ଦ୍ବୀପ ଭିତରେ ଉପକୂଳ ଅତିକ୍ରମ କରିବ। ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନବ ୧୨୦ କିଲୋମିଟର ଛୁଇଁପାରେ ବୋଲି ସୂଚନା ରହିଛି ।
ଅନ୍ୟପଟେ ଜିରୋ କାଜୁଆଲିଟି ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ବାତ୍ୟାକୁ ନେଇ ଲୋକେ ଭୟଭୀତ ନହେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ‘ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ । ଅଗ୍ନିଶମ, ଓଡ୍ରାଫ୍, ଏନ୍ ଡିଆର୍ ଏଫ୍ ଟିମ୍ ପ୍ରସ୍ତୁତ ରହିଛନ୍ତି ।
ସେହିପରି ବାତ୍ୟା ପରର ପରିସ୍ଥିିତିକୁ ମୁକାବିଲା କରିବାକୁ ଅର୍ଥାତ୍ ରାସ୍ତାରେ ଭାଙ୍ଗିପଡ଼ିଥିବା ଗଛଗୁଡ଼ିକୁ କାଟିବା ପାଇଁ ଏବଂ ରିଲିଫ୍ ପ୍ରଦାନ କରିବା ତଥା ଲୋକଙ୍କୁ ତଇଥାନ ଆଦି କରିବା ପାଇଁ ଅଗ୍ନୀଶମବାହିନୀ, ଏନ୍ଡିଆର୍ଏଫ୍ ଦଳ ପ୍ରସ୍ତୁତ ଅଛନ୍ତି। ସମ୍ଭାବ୍ୟ ବାତ୍ୟା ‘ଦୃଷ୍ଟିରେ ରଖି ପୁରୀରୁ ପର୍ଯ୍ୟଟକମାନଙ୍କୁ ଫେରିଯିବାକୁ ଗତକାଲି ରାଜ୍ୟ ସରକାର ପରାମର୍ଶ ଦେଇଥିଲେ।
ଏଥିସହିତ ସହିତ ବାତ୍ୟା ଆଶଙ୍କା ଦୂର ନ ହେବା ପର୍ଯ୍ୟନ୍ତ ପୁରୀକୁ କୌଣସି ପର୍ଯ୍ୟଟକ ଯେପରି ନ ଆସିବେ ଜିଲ୍ଲାପାଳ ସେଥିପ୍ରତି ଦୃଷ୍ଟି ଦିଅନ୍ତୁ ବୋଲି କୁହାଯାଇଥିଲା। ଯେଉଁମାନେ ବାହାରୁ ଆସିଛନ୍ତି ସେମାନେ ତୁରନ୍ତ ପୁରୀ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ତମାମ ନିର୍ଦ୍ଦେଶକୁ ନଜରରେ ରଖି, ଜିଲ୍ଲା ଓ ରାଜ୍ୟ ବାହାରୁ ଆସିଥିବା ପର୍ଯ୍ୟଟକମାନେ ପୁରୀରୁ ପଳାଇଯାଇଛନ୍ତି। ସେପଟେ ପୂରୀରେ କାର୍ତ୍ତିକ ବ୍ରତ କରୁଥିବା ହବିଷ୍ୟାଳି ମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର।




