ସୃଷ୍ଟି ହେଲା ଲଘୁଚାପ ୪ ତାରିଖରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ବୁଧବାର ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। କ୍ରମଶଃ ଏହା ପଶ୍ଚିମ ଉତ୍ତର – ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପର ରୂପ ନେବ। ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ବର୍ଷା ହୋଇପାରେ । ୪ ତାରିଖ […]

Samaya Live Picture
Published On

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ବୁଧବାର ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। କ୍ରମଶଃ ଏହା ପଶ୍ଚିମ ଉତ୍ତର – ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପର ରୂପ ନେବ। ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ବର୍ଷା ହୋଇପାରେ । ୪ ତାରିଖ ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ବର୍ଷାର ପରିମାଣ ବଢିବ । ବାତ୍ୟା ଆକଳନ ହୋଇନି,ଏଲିନୋ ସକ୍ରିୟ ନାହିଁ, ଲାଲିନା ଚାଲିଛି। ବର୍ତ୍ତମାନ ଏହାକୁ ନେଇ କୌଣସି ବାତ୍ୟା ଭୟ ନଥିବା କହିଛନ୍ତି ଭାରତୀୟ ପାଣିପାଗ ମହା ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ଏଥର ଶୀତ କେମିତି ରହିବ ତାହା ଆକଳନ ହୋଇନି ବୋଲି ଆଇଏମଡି ଡିଜି କହିଛନ୍ତି।

Tags: