ସୃଷ୍ଟିହେଲା ଲଘୁଚାପ , ପ୍ରବଳ ବର୍ଷା ନେଇ ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟରେ କେତେକ ସ୍ଥାନରେ ବର୍ଷା ହୋଇଥିବା ବେଳେ, ଅନ୍ୟ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି l ସୂଚନାନୁସାରେ, ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି l ତେବେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ […]

Samaya Live Picture
Published On

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟରେ କେତେକ ସ୍ଥାନରେ ବର୍ଷା ହୋଇଥିବା ବେଳେ, ଅନ୍ୟ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି l

ସୂଚନାନୁସାରେ, ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି l ତେବେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି l ସେହିପରି ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ବଲାଙ୍ଗିର, କନ୍ଧମାଳ, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଂଜ। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Tags: