ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ,ଆସନ୍ତାକାଲି ଅବପାତ

ଭୁବନେଶ୍ୱର : ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ I ଉତ୍ତରପୂର୍ବ ଦିଗରେ ଗତି କରି ଏହା ୨୪ ତାରିଖ ସକାଳେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୫ ତାରିଖ ସକାଳେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ସନ୍ଧ୍ୟା ସୁଦ୍ଧା ଉତ୍ତର ପୂର୍ବ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ I ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ । ସେପଟେ ଆଜି ବାଲେଶ୍ୱର, […]

Samaya Live Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ I ଉତ୍ତରପୂର୍ବ ଦିଗରେ ଗତି କରି ଏହା ୨୪ ତାରିଖ ସକାଳେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୫ ତାରିଖ ସକାଳେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ସନ୍ଧ୍ୟା ସୁଦ୍ଧା ଉତ୍ତର ପୂର୍ବ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ I ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ । ସେପଟେ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୁଳୁଗୁଳି ସହ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ସହିତ ସମୁଦ୍ର ଅଶାନ୍ତ ରହିବ I ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି I

Tags: