ନଭେମ୍ବର ମଧ୍ୟଭାଗକୁ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ I ୧୪ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହା ୧୫ରେ ଲଘୁଚାପର ରୂପ ନେଇପାରେ ବୋଲି କିଛି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି । ପାଣିପାଗ ବିଭାଗର ପ୍ରମ୍ଭିକ ସୂଚନାନୁଯାୟୀ,ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଘୁର୍ଣ୍ଣିବଳୟଟି ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ପରେ ୧୬ ତାରିଖ ସୁଦ୍ଧା ଉତ୍ତର ଦିଗକୁ ମୁହାଁଇବ I ଏହା ପ୍ରଭାବରେ ୧୫ରୁ ଦକ୍ଷିଣ ଓଡ଼ଶାରେ […]
ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ I ୧୪ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହା ୧୫ରେ ଲଘୁଚାପର ରୂପ ନେଇପାରେ ବୋଲି କିଛି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି ।
ପାଣିପାଗ ବିଭାଗର ପ୍ରମ୍ଭିକ ସୂଚନାନୁଯାୟୀ,ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଘୁର୍ଣ୍ଣିବଳୟଟି ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ପରେ ୧୬ ତାରିଖ ସୁଦ୍ଧା ଉତ୍ତର ଦିଗକୁ ମୁହାଁଇବ I ଏହା ପ୍ରଭାବରେ ୧୫ରୁ ଦକ୍ଷିଣ ଓଡ଼ଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହା ଉତ୍ତର ଦିଗକୁ ମୁହାଁଉଥିବାରୁ ଉପକୂଳ ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ୧୬ ତାରିଖ ରାତିରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୬ରୁ ୧୮ ତାରିଖ ଭିତରେ ଉପକୂଳ ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ । ଏହା ସହିତ ଆଜି ଠାରୁ ଆସନ୍ତା ୧୪ ଯାଏ ପାଗ ଶୁଖିଲା ରହିବ ।
ସେହିପରି ବର୍ଷା ସମ୍ଭାବନା ଥିବା ଜିଲ୍ଲା ଗୁଡିକ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ବେଳେ ଉପକୂଳ ଓଡିଶା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର ଏବଂ ନୟାଗଡ଼ରେ ମଧ୍ୟ ହାଲୁକା ବର୍ଷା ସମ୍ଭାବନା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।




