ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା !

ଭୁବନେଶ୍ୱର : ସକ୍ରିୟ ହେଲା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ଉତ୍ତର ଦିଗରେ ଗତି କରିବ । ଅଧିକ ଘନୀଭୂତ ହୋଇ ଏହା ଆଗାମୀ ୩୬ ଘଣ୍ଟାରେ ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଘୂର୍ଣ୍ଣିବଳୟଟି ପୂର୍ବ କେନ୍ଦ୍ରୀୟ ଆରବସାଗର ପାର୍ଶ୍ବବର୍ତ୍ତୀ […]

ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା !
Samaya Live Picture
Published On

ଭୁବନେଶ୍ୱର : ସକ୍ରିୟ ହେଲା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ଉତ୍ତର ଦିଗରେ ଗତି କରିବ । ଅଧିକ ଘନୀଭୂତ ହୋଇ ଏହା ଆଗାମୀ ୩୬ ଘଣ୍ଟାରେ ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

ଘୂର୍ଣ୍ଣିବଳୟଟି ପୂର୍ବ କେନ୍ଦ୍ରୀୟ ଆରବସାଗର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଂଚଳରେ ସକ୍ରିୟ ରହିଥିବା ଯୋଗୁଁ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ତାହା ସ୍ପଷ୍ଟ ହୋଇ ନାହିଁ। ଲଘୁଚାପ ସୃଷ୍ଟି ହେବା ପରେ ଆକଳନ କରାଯାଇପାରିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାନୁସାରେ, ଆଜି କିଛି ଜିଲ୍ଲାରେ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଓରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Tags: